Posted inଖେଳ

ଥାଇଲାଣ୍ଡ ଅନ୍ତର୍ଜାତୀୟ ବକ୍ସିଂ : ଫାଇନାଲରେ ୫ ଭାରତୀୟ

ନୂଆଦିଲ୍ଲୀ,୨୭।୭(ପି.ଟି.)- ରାଜଧାନୀ ବ୍ୟାଙ୍କକ୍‌ରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ୫ ଜଣ ଭାରତୀୟ ପ୍ରବେଶ କରିଛନ୍ତି। ଶୁକ୍ରବାର ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ ନିଖାତ ଜରିନ (୫୧ କେ.ଜି.) ଓ ଦୀପକ ସିଂ (୪୯ କେ.ଜି.)ଙ୍କ ସମେତ ଆଉ ୩ ଭାରତୀୟ ବକ୍ସର ଟାଇଟଲ ମୁକାବିଲାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏକମାତ୍ର ମହିଳା ବକ୍ସର ଭାବେ ଜରିନ ଫାଇନାଲ ଖେଳିବାକୁ ଯୋଗ୍ୟତା ହାସଲ କରିଛନ୍ତି। ୭୫ କେ.ଜି. ବର୍ଗରେ ଆଶିଷ କୁମାର, ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ୍‌ ପଦକ ବିଜେତା ମହମ୍ମଦ ହୁସାମ୍ମୁଦ୍ଦିନ ୫୬ କେ.ଜି. ଓ ବ୍ରିଜେଶ ଯାଦବ ୮୧ କେ.ଜି ବର୍ଗରେ ଫାଇନାଲରେ ପ୍ରବେଶ କରିଛନ୍ତି।
ତେବେ ପୂର୍ବତନ ଏସିଆନ ଯୁବ ରୌପ୍ୟପଦକ ବିଜେତା ଆଶିଷ ସିଂ (୬୯କେ.ଜି.) ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି ଓ ସେ ବ୍ରୋଞ୍ଜ୍‌ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ଆଶିଷ ଥାଇଲାଣ୍ଡର ଉଟିଚାଇ ମାସୁକଙ୍କଠାରୁ ସଂଘର୍ଷ କରି ସ୍ପ୍ଲିଟ ଡିସିଶନରେ ପରାସ୍ତ ହୋଇଥିଲେ। ମହିଳା ବକ୍ସରମାନଙ୍କ ମଧ୍ୟରେ ମଞ୍ଜୁ ରାନୀ ୪୮ କେ.ଜି. ଓ ଭାଗ୍ୟବତୀ କଚାରୀ ୮୧ କେ.ଜି. ବର୍ଗରେ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କରିଛନ୍ତି। ପୂର୍ବରୁ ଦୀପକ ଭୁଟାନର ଟାଶି ଓ୍ବାଙ୍ଗଡିଙ୍କୁ ସେମିଫାଇନାଲରେ ପରାସ୍ତ କରିଥିଲେ। ସେହିପରି ନିଖାତ ଥାଇଲାଣ୍ଡର ଜୁଟ୍‌ମାସ ଜିଟପଙ୍ଗଙ୍କୁ୪-୧ରେ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ସେହିପରି ହୁସାମ୍ମୁଦ୍ଦିନ ୩-୨ରେ ଥାଇଲାଣ୍ଡର ଅମରିତ୍‌ ୟାଓଡାମଙ୍କୁ ସେମିଫାଇନାଲରେ ହରାଇଥିଲେ। ସେହିପରି ୭୫ କେ.ଜି. ବର୍ଗରେ ଆଶିଷ ଉଜ୍‌ବେକିସ୍ତାନର ଫନାଟ କାଖରମନୋଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ସେହିପରି ବ୍ରିଜେଶ ଲୋକାଲ ଫେଭରାଇଟ୍‌ ସାରାନୋନ ଲୋମ୍ପିଆନଙ୍କୁ ସେମିରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri