Posted inଖେଳ

ଥାଇଲାଣ୍ଡ ଓପନରୁ ସାଇନାଙ୍କ ବିଦାୟ

ବ୍ୟାଙ୍କକ୍‌, ୧।୮ (ପି.ଟି.)- ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ପରାଜୟ ସହ ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ଗୁରୁବାର ମହିଳା ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ୨୯ ବର୍ଷୀୟା ସାଇନା ୨୧-୧୬, ୧୧-୨୧, ୧୪-୨୧ ଗେମ୍‌ରେ ଜାପାନର ସାୟାକା ତାକାହାଶିଙ୍କ ନିକଟରୁ ହାରିଯାଇଛନ୍ତି। ବିଶ୍ୱ ମାନ୍ୟତାର ୮ମ ସ୍ଥାନରେ ରହିଥିବା ସାଇନା ୪୮ ମିନିଟ୍‌ ଧରି ଲଢ଼େଇ କରିଥିଲେ ମଧ୍ୟ ଶେଷରେ ନିରାଶ ହୋଇଛନ୍ତି। ସାଇନାଙ୍କ ପରାଜୟ ସହ ଏହି ସମ୍ମାନଜନକ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସରେ ଭାରତର ଅଭିଯାନ ଶେଷ ହୋଇଛି। ପୂର୍ବରୁ ଅନ୍ୟତମ ଭାରତୀୟ ଷ୍ଟାର୍‌ ଖେଳାଳି ପି.ଭି. ସିନ୍ଧୁ ଏହି ପ୍ରତିଯୋଗିତାରୁ ଓହରିଯାଇଥିଲେ। ଆଘାତଜନିତ ସମସ୍ୟା ଲାଗି ଇଣ୍ଡୋନେସିଆ ଓପନ ଓ ଜାପାନ ଓପନରେ ଅଂଶଗ୍ରହଣ କରିପାରି ନ ଥିବା ସାଇନା ଇଣ୍ଡୋନେସିଆ ମାଷ୍ଟର୍ସରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri