Posted inଜାତୀୟ

ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍‌ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ପରେ ଅଭିଯୁକ୍ତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। ଏଥିସହ ସେ କହିଛନ୍ତି, ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟମର ଉଲଂଘନ କରିବା ଉଚିତ୍‌ ନୁହେଁ। ସୂଚନାଯୋଗ୍ୟ, ଜନ୍ମାଷ୍ଟମୀ ଅବସରରେ ମିର୍ଜାପୁରର ଅଦଲହାଟ ଥାନାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଅର୍କେଷ୍ଟ୍ରାର ଆୟୋଜନ କରାଯାଇଥିବା ବେଳେ ବାର୍‌ର ୨ଜଣ ଡ୍ୟାନ୍ସ ଗର୍ଲଙ୍କୁ ଆମନ୍ତ୍ରଣ କରାଯାଇଥିଲା। ଏହାପରେ କିଛି ଲୋକ ଝିଅମାନଙ୍କ ସହ ଅଶ୍ଳୀଳ ଡ୍ୟାନ୍ସ କରି ତାଙ୍କ ଉପରେ ଟଙ୍କା ଫୋପାଡ଼ିଥିଲେ। ଏହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆପତ୍ତିଜନକ ଭିଡିଓ ଓ ଫଟୋ ସାମ୍ନାକୁ ଆସିବା ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri