ଥାନା ଅଧିକାରୀଙ୍କ ନାମରେ କୋର୍ଟରେ ମାମଲା

କାଳିଆପାଣି,୪ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅଧିକାରୀ ବିଚିତ୍ରା ନନ୍ଦ ସେଠୀଙ୍କ ନାମରେ ଗୁରୁବାର ଯାଜପୁର ରୋଡସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟରେ ଏକ ଦୁର୍ବ୍ୟବହାର ମାମଲା ରୁଜୁ ହୋଇଛି। ଥାନା ଅଞ୍ଚଳର ଜଣେ ମହିଳା ଏହି ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ କୋର୍ଟରେ ଏକ କମ୍ପ୍ଲେଣ୍ଟ କେସ୍‌ (ନଂ. ୩୫୦/୧୯) ରୁଜୁ ହୋଇଛି। ପ୍ରକାଶ ଯେ, ସେପ୍ଟେମ୍ବର ୨୨ ତାରଖରେ ଜଣେ ଫେରାର ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଥାନାଧିକାରୀ ସମ୍ପୃକ୍ତା ମହିଳାଙ୍କ ସହ ତାଙ୍କ ନାବାଳିକା ଝିଅଙ୍କୁ ଦୁର୍ବ୍ୟବହାର କରିବା ଏବଂ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୋଧରେ ପୀଡିତା କୋର୍ଟର ଦ୍ୱାରସ୍ଥ ହୋଇଥିବା ଜଣାପଡିଛି। ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର ନେଇ ପୀଡିତା ଜଣଙ୍କ ବହୁବାର ପୋଲିସ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ହେଲେ କୌଣସି ପକ୍ଷକ୍ଷେପ ଗ୍ରହଣ କରାଯାଇ ନାହିଁ। ଏପରିକି ଏତାଲାର ନକଲ ମଧ୍ୟ ତାଙ୍କୁ ପ୍ରଦାନ କରିବାକୁ ବିଭାଗୀୟ ଅଧିକାରୀ ପଛଘୁଞ୍ଚା ଦେଇଥିଲେ। ତେଣୁ ବାଧ୍ୟ ହୋଇ ମହିଳା ଜଣଙ୍କ କୋର୍ଟର ଦ୍ୱାରସ୍ଥ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri