ଥାନା ଆଇଆଇସି ବଦଳି ଦାବିରେ କବିସୂର୍ଯ୍ୟନଗର ବନ୍ଦ

କବିସୂର୍ଯ୍ୟନଗର,୧୧ା୭-କବିସୂର୍ଯ୍ୟନଗର ଥାନା ଆଇଆଇସି ତପନ କୁମାର ପତି ବରିଷ୍ଠ ଓକିଲ ଭଗବାନ ମହାପାତ୍ରଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଘଟଣାକୁ ନେଇ ଆନ୍ଦୋଳନ ଜୋର ଧରିଛି। ଓକିଲ ସଂଘ ଦୃଢ଼ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କର ବଦଳି ଦାବି କରିଛି। ଆନ୍ଦୋଳନ ତୃତୀୟ ଦିନରେ ଓକିଲ ସଂଘ ପକ୍ଷରୁ ଗୁରୁବାର ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସହରରେ ବନ୍ଦ ପାଳନ କରାଯାଇଥିଲା। ଆଇବି ଛକ, ବ୍ଲକ ସମ୍ମୁଖ, ବନଦେବୀ ସମ୍ମୁଖ ଓ ପେଟ୍ରୋଲ ପମ୍ପଠାରେ ଆସିକା-ଭୁବନେଶ୍ୱର ମୁଖ୍ୟ ରାସ୍ତା ଅବରୋଧ କରାଯାଇଥିଲା। ବନ୍ଦକୁ ସହରବାସୀ ସମର୍ଥନ କରିଛନ୍ତି। ବିଭିନ୍ନ ସ୍କୁଲ, କଲେଜ, ତହସିଲ, ବ୍ୟାଙ୍କ, ବ୍ୟବସାୟ ପ୍ରତିଷ୍ଠାନ ସମେତ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ ବନ୍ଦ ରହିଥିଲା। ଅନ୍ୟପକ୍ଷରେ ଆଇଆଇସି ପତି ଆଲୋଚନା ପାଇଁ ପ୍ରସ୍ତୁତ ଥିବାବେଳେ ଆଇନଜୀବୀ ମହାପାତ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଆଇଆଇସିଙ୍କ ବ୍ୟବହାର ସୀମା ଅତିକ୍ରମ କରିଛି। ତେଣୁ ତାଙ୍କୁ ତୁରନ୍ତ ବଦଳି କରିବା ଆବଶ୍ୟକ ବୋଲି କହିଛନ୍ତି। ଘଟଣା ସମ୍ପର୍କରେ ଡିଜି, ଡିଆଇଜିଙ୍କୁ ଜଣାଇବା ପରେ ଥାନା ଘେରାଉ କରାଯିବାକୁ ନିଷ୍ପତ୍ତି ନିଆଯିବ ବୋଲି ଓକିଲ ସଂଘ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri