Posted inଖେଳ

ଥାର୍ଡ ଅମ୍ପାୟରଙ୍କ ନିଷ୍ପତ୍ତି ଉପରେ ଉଠିଲା ପ୍ରଶ୍ନ

ପୁଣେ, ୧୦ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ ବିରାଟ କୋହଲି ବିବାଦୀୟ ଏଲ୍‌ବିଡବ୍ଲ୍ୟୁର ସମ୍ମୁଖୀନ ହେବା ପରେ ଥାର୍ଡ ଅମ୍ପାୟରଙ୍କ ନିଷ୍ପତ୍ତିକୁ ସମାଲୋଚନା କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)।

ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ୪୮ ରନ୍‌ର ପାଳି ଖେଳିବା ପରେ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ କୋହଲି। ସେ ୧୯ତମ ଓଭରରେ ଡଓ୍ବୋଲ୍ଡ ବ୍ରେଭିସଙ୍କ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇଥିଲେ। ଫିଲ୍ଡ ଅମ୍ପାୟର ଆଉଟ୍‌ ଦେବାରୁ କୋହଲି ରିଭ୍ୟୁ ନେଇଥିଲେ। ରିପ୍ଲେରୁ ବଲ୍‌ ଏକା ସମୟରେ ବ୍ୟାଟ୍‌ ଏବଂ ପ୍ୟାଡ୍‌ରେ ବାଜିଥିବା ଜଣା ପଡ଼ିଥିଲା। କିନ୍ତୁ ଫିଲ୍ଡ ଅମ୍ପାୟରଙ୍କ ନିଷ୍ପତ୍ତି ବଦଳାଇବା ପାଇଁ ଯଥେଷ୍ଟ ପ୍ରମାଣ ନ ଥିବା କହି ଏହାକୁ ଆଉଟ୍‌ ଦର୍ଶାଇଥିଲେ ଥାର୍ଡ ଅମ୍ପାୟର। ଏଭଳି ନିଷ୍ପତ୍ତିରେ ବିରକ୍ତ ହୋଇ କୋହଲି ପ୍ୟାଭିଲିଅନ ଫେରିବା ବେଳେ ଗ୍ରାଉଣ୍ଡରେ ବ୍ୟାଟ୍‌କୁ ବାଡ଼େଇଥିଲେ।

ଏହି ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ରଖି ଆର୍‌ସିବି ଟୁଇଟରରେ ଏକ ପୋଷ୍ଟ ଶେୟାର କରାଯାଇଛି। ”ଏଲବିଡବ୍ଲ୍ୟୁ ସମ୍ପର୍କିତ ନିଷ୍ପତ୍ତି ଉପରେ ଏମ୍‌ସିସିର କ୍ରିକେଟ ନିୟମ ଆମେ ପଢ଼ୁଥିଲୁ। ଏମ୍‌ସିସିର ନିୟମ କହୁଛି, ଯଦି ବଲ ଷ୍ଟ୍ରାଇକର ବ୍ୟକ୍ତି ଏବଂ ବ୍ୟାଟ୍‌କୁ ଏକାସାଙ୍ଗରେ ସଂଯୋଗ କରେ, ତେବେ ବଲ ପ୍ରଥମେ ବ୍ୟାଟ୍‌ରେ ବାଜିଥିବା ଧରିନେବାକୁ ପଡ଼ିବ। ଦୁର୍ଭାଗ୍ୟବଶତଃ, ଚମତ୍କାର ୪୮ ରନ୍‌ର ପାଳି ଖେଳିବା ପରେ କୋହଲିଙ୍କୁ ଦୁଃଖିତ ହୋଇ ଫେରିବାକୁ ପଡ଼ିଲା“ ବୋଲି ଆର୍‌ସିବି ଟୁଇଟ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri