ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ

ପୁରୀ ଅଫିସ,୨୭ା୫: ଆସନ୍ତା ୫ରେ ଦେବସ୍ନାନ ପୂର୍ଣ୍ଣିମା। ରତ୍ନସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ମଣ୍ଡପ ଉପରେ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ମହାମାରୀ କରୋନାର ଭୟାବହତା ଭିତରେ ମହାପ୍ରଭୁଙ୍କ ଏହିସବୁ ନୀତିକାନ୍ତି କିପରି ସୁଚାରୁ ରୂପେ ସମ୍ପାଦନ କରାଯିବ ସେନେଇ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ। ନୀତି ସମ୍ପୃକ୍ତ ସେବକମାନଙ୍କୁ କିପରି କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରଖାଯିବ ସେ ନେଇ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେବକମାନେ କ୍ବାରାଣ୍ଟାଇନରେ ରହିବା ସହ ସେମାନଙ୍କ କରୋନା ଟେଷ୍ଟ ଲାଗି ନିଷ୍ପତ୍ତି ହୋଇଛି। ଏହି କ୍ରମରେ ବୁଧବାର ଦଇତାପତି ସେବକଙ୍କ କରୋନା ଟେଷ୍ଟ ଲାଗି ସ୍ବାବ ସଂଗ୍ରହ ଆରମ୍ଭ ହୋଇଛି। ମୋଟ ୧୫୦ଦଇତାପତି ସେବକଙ୍କ କୋଭିଡ଼ ଟେଷ୍ଟ କରାଯିବ। ପ୍ରଥମ ଦିନରେ ୭୫ଜଣଙ୍କ ସ୍ବାବ ସଂଗ୍ରହ କରାଯାଇଥିବାବେଳେ ବାକି ୭୫ଜଣଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି। ସେହିପରି ଆସନ୍ତା ୨୯ ଓ ୩୦ ତାରିଖ ଦୁଇଦିନ ଗରାବଡ଼ୁ ସେବକଙ୍କ କରୋନା ଟେଷ୍ଟ ପାଇଁ ସ୍ବାବ ସଂଗ୍ରହ କରାଯିବ। ସମସ୍ତଙ୍କ ରିପୋର୍ଟ ଜୁନ୍‌ ୩ ପୂର୍ବରୁ ମିଳିଯିବ। ତେଣୁ ଜୁନ୍‌ ୫ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସେବକମାନେ ସାମିଲ ହୋଇପାରିବେ ବୋଲି ସୂଚନା ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନୀଳକଣ୍ଠ ମିଶ୍ରଙ୍କ ତତ୍ତ୍ବାବଧାନରେ ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ କରାଯାଇଛି।
କରୋନା ଟେଷ୍ଟ ପୂର୍ବରୁ ଦଇତାପତି ଏବଂ ଗରାବଡୁ ସେବକଙ୍କ ଲାଗି କରୋନା ସଚେତନତା ଶିବିର ଆୟୋଜନ କରାଯାଇଥିଲା । ଏଥିରେ ସେବକମାନଙ୍କୁ ମହାମାରୀ କରୋନା କେତେ ଭୟଙ୍କର, ଏହାଠାରୁ କିପରି ଦୂରେଇ ରହିହେବ, କ’ଣ କ’ଣ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯିବା ଦରକାର ଏବଂ ସଙ୍ଗରୋଧରେ କିପରି ରହିବେ ସେ ସବୁ ବିଷୟରେ ସଚେତନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri