ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ଦକ୍ଷତାବିହୀନ ୫ ସରକାରୀ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ଅବସରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ ବୈଠକରେ କର୍ମଚାରୀମାନଙ୍କ କାର୍ଯ୍ୟଦକ୍ଷତା ଅନୁଧ୍ୟାନ କରାଯାଇଥିଲା। ଏହାପରେ ମଙ୍ଗଳବାର ଏପରି ନିଷ୍ପତ୍ତି ଜିଲାପାଳ ନେଇଛନ୍ତି। କବିସୂର୍ଯ୍ୟନଗର ତହସିଲ କାର୍ଯ୍ୟାଳୟର ଉପବିଭାଗୀୟ ଅଧିକାରୀ କେ. ଜଗନ୍ନାଥ ରେଡ୍ଡୀ, ବେଗୁନିଆପଡା ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟର ବରିଷ୍ଠ କିରାଣି ସ୍ନେହପ୍ରଭା ପଟ୍ଟନାୟକ, ବୁଗୁଡା ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ଲକ୍ଷ୍ମଣ କୁମାର ବେହେରା ଓ ପ୍ରଦୀପ କୁମାର ବେହେରା ଏବଂ ଜଗନ୍ନାଥପ୍ରସାଦ ତହସିଲ କାର୍ଯ୍ୟାଳୟର ସହାୟକ ରାଜସ୍ବ ନିରୀକ୍ଷକ ପ୍ରଶାନ୍ତ କୁମାର ମହାନ୍ତିଙ୍କୁ ସେମାନଙ୍କର କାର୍ଯ୍ୟକାଳ ସମାପ୍ତ ପୂର୍ବରୁ ପ୍ରାକ୍‌ ଅବସର ପ୍ରଦାନ କରିବା ପାଇଁ ଜିଲାପାଳଙ୍କ ପକ୍ଷରୁ ୩ମାସିଆ ନୋଟିସ୍‌ ଜାରି କରାଯାଇଛି। ନୋଟିସ୍‌ ଅବଧି ସମାପ୍ତି ପରେ ଏମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବ। ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ପାଇଁ ପ୍ରଣୟନ କରାଯାଇଥିବା ଚାକିରି ସର୍ତ୍ତାବଳୀ ମୁତାବକ ଏମାନଙ୍କର ଅବସର କାର୍ଯ୍ୟକାରୀ କରାଯିବ। ଗଞ୍ଜାମ ଜିଲାରେ ଏପରି ଘଟଣା ପ୍ରଥମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?