ପୁରୁଷୋତ୍ତମପୁର,୧୨ା୨(ଡି.ଏନ୍.ଏ.)- ଗଞ୍ଜାମର ଇଷ୍ଟଦେବୀ ପୁରୁଷୋତ୍ତମପୁରସ୍ଥିତ ମା’ ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦକ୍ଷିଣା ନ ଦେବାରୁ ଜଣେ ମହିଳା ଭକ୍ତଙ୍କୁ ପୂଜକ ଗାଳିଗୁଲଜ କରିବା ସହ ତାଙ୍କ ଜ୍ୱାଇଁଙ୍କୁ ଖଣ୍ଡାରେ ହାଣିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ନଂ.୩୩/୨୦ରେ ମାମଲା ରୁଜୁକରି ୨ ଜଣ ପୂଜକଙ୍କୁ ପୋଲିସ ଗିରଫ କରିଛି।
ପ୍ରକାଶ ଯେ, ମଙ୍ଗଳବାର କୋଦଳା ଥାନା ଅନ୍ତର୍ଗତ ଜାପଟା ରାମପଲ୍ଲୀ ଗ୍ରାମର ଜଣେ ବ୍ୟକ୍ତି ନୂତନ ବସ୍ କିଣିଥିବାରୁ ପୂଜା କରିବାକୁ ପୁରୁଷୋତ୍ତମପୁର ତାରାତାରିଣୀ ମନ୍ଦିରକୁ ଆସିଥିଲେ। ଉକ୍ତ ବସ୍ରେ ସମ୍ପର୍କିୟଙ୍କ ସମେତ ଗ୍ରାମର ପ୍ରାୟ ୫୦ଜଣ ବ୍ୟକ୍ତିଙ୍କୁ ସେ ଆଣିଥିଲେ। ସେମାନଙ୍କ ମଧ୍ୟରୁ ସାରସ ବାରିକ ନାମ୍ନୀ ମହିଳା ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। ପୂଜକ ଋଷି ରଣା ଓ ରାଜେନ୍ଦ୍ର ରଣା ତାଙ୍କୁ ୫ହଜାର ଟଙ୍କା ଦକ୍ଷିଣା ମାଗିଥିଲେ। ସେ ଏତେ ଟଙ୍କା ଦେବାକୁ ମନା କରିବାରୁ ତାଙ୍କୁ ଗାଳିଗୁଲଜ କରିଥିଲେ। ପାଖରେ ଥିବା ତାଙ୍କ ଜ୍ୱାଇଁ ଧନଞ୍ଜୟପୁର ଗ୍ରାମର ଅକ୍ଷୟ ପ୍ରଧାନ ଓରଫ ରାହୁଲ ଏହାର ପ୍ରତିବାଦ କରିଥିଲେ। ଫଳରେ ୨ ପୂଜକ ତାଙ୍କୁ ଖଣ୍ଡା ଆଣି ଅତି ନିର୍ମମ ଭାବେ ହାଣିଥିଲେ। ସେଠାରେ ଥିବା ପୁରୁଷୋତ୍ତମପୁରର ଅନ୍ୟ ଜଣେ ଭକ୍ତ ସୁଦାମ ମହାରଣାଙ୍କୁ ମଧ୍ୟ ରାହୁଲଙ୍କ ସମ୍ପର୍କିୟ ଭାବି ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ସାରସ ଏନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପୂଜକ ଋଷି ଓ ରାଜେନ୍ଦ୍ରଙ୍କୁ ଗିରଫ କରିଛି।ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ କହିଛନ୍ତି।
ମନ୍ଦିରକୁ ଆସୁଥିବା ଭକ୍ତଙ୍କୁ ପୂଜକମାନେ ବାରମ୍ବାର ଏପରି ମାରପିଟ କରୁଛନ୍ତି। ମନ୍ଦିର ପାହାଡ଼ ତଳେ ପୋଲିସ ବିଭାଗ ପକ୍ଷରୁ ଭକ୍ତଙ୍କ ସୁରକ୍ଷା ପାଇଁ ଏକ ବିଟ୍ ହାଉସ ଖୋଲାଯାଇଛି। ମାତ୍ର ଏହି ବିଟ୍ ହାଉସରେ ପୋଲିସ ଅଫିସରଙ୍କୁ ନିଯୁକ୍ତି ଦେବା ବଦଳରେ ମାତ୍ର ୨ଜଣ କନଷ୍ଟେବଳଙ୍କୁ ନିଯୁକ୍ତି ଦେଇ ବିଭାଗ ଚୁପ୍ ବସିଛି। ଫଳରେ ଏଠାରେ ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଞ୍ଚଳବାସୀ କହିଛନ୍ତି। ତୁରନ୍ତ ଏଠାରେ ପୋଲିସ ଅଫିସରଙ୍କୁ ନିଯୁକ୍ତି ଦେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ ଦାବି ହୋଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ
ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…
ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ
ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…
TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍ କାଟ୍…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

