Posted inଖେଳ

ଦକ୍ଷିଣ ଆଫ୍ରିକା ‘ଏ’ ୩୬ ରନରେ ପରାସ୍ତ: ଭାରତ‘ଏ’ ୪-୧ରେ ସିରିଜ ଜିତିଲା

ଥିରୁଭାନନ୍ତପୁରମ, ୬।୯(ପି.ଟି.): ଶୁକ୍ରବାର ଏଠାରେ ଅନୁଷ୍ଠିତ ୫ମ ତଥା ଅନ୍ତିମ ଅନଅଫିସିଆଲ ଏକଦିବସୀୟ କ୍ରିକେଟ ମ୍ୟାଚରେ ଭାରତ ‘ଏ’ ୩୬ ରନରେ ଦକ୍ଷିଣ ଆଫ୍ରିକା ‘ଏ’କୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୪-୧ରେ ବିଜୟୀ ହୋଇଛି। ସ୍ଥାନୀୟ ହିରୋ ସଞ୍ଜୁ ସାମସନଙ୍କ ୪୮ ବଲ୍‌ରୁ ଦ୍ରୁତ ୯୧ ରନ ଏବଂ ଶିଖର ଧାଓ୍ବନଙ୍କ ଅର୍ଦ୍ଧଶତକ ଭାରତ ‘ଏ’ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା।
ବର୍ଷା ଯୋଗୁ ମ୍ୟାଚକୁ ୨୦ ଓଭର ବିଶିଷ୍ଟ କରାଯାଇଥିଲା। ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଓପନର ପ୍ରଶାନ୍ତ ଚୋପ୍ରା(୨) ବିଫଳ ହୋଇଥିଲେ ହେଁ ଧାଓ୍ବନ ଓ ସାମସନ ଦ୍ୱିତୀୟ ଉଇକେଟ ଯୋଡ଼ିରେ ୧୩୫ ରନର ଭାଗୀଦାରି ଗଢ଼ି ଭାରତକୁ ମଜଭୁତ ସ୍ଥିତିରେ ପହଞ୍ଚାଇ ଦେଇଥିଲେ। ଧାଓ୍ବନ ୩୬ ବଲ୍‌ରୁ ୫ ଚୌକା ଓ ୨ ଛକା ସହାୟତାରେ ୫୧ ରନ କରିଥିବାବେଳେ ସାମସନ ୪୮ ବଲ୍‌ରୁ ୬ ଚୌକା ଏବଂ ୭ ଛକା ସହ ସର୍ବାଧିକ ୯୧ ରନ ସ୍କୋର କରିଥିଲେ। ଅଧିନାୟକ ଶ୍ରେୟାର ଆୟାର ୩୬ (୧୯ ବଲ, ୫ ଚୌକା, ୧ ଛକା) ରନର ଉପଯୋଗୀ ଇନିଂସ ଖେଳିବାରୁ ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୨୦୪ ରନ କରିଥିଲା। ଦକ୍ଷିଣ ଆଫ୍ରିକା ‘ଏ’ ପକ୍ଷରୁ ବେଉରାନ ହେଣ୍ଡ୍ରିକ୍ସ ଓ ଜର୍ଜ ଲିନ୍‌ଡେ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକା ‘ଏ’ ପୁରା ୨୦ ଓଭର ଖେଳି ୧୬୮ ରନରେ ଅଲଆଉଟ ହୋଇ ଯାଇଥିଲା। ଦଳ ପକ୍ଷରୁ ରିଜା ହେଣ୍ଡ୍ରିକ୍ସ ସର୍ବାଧିକ ୫୯ ଏବଂ କାଏଲ ଭେରିନେ ୪୪ ରନ ସ୍କୋର କରିଥିଲେ। ଭାରତ ‘ଏ’ ବୋଲରଙ୍କ ମଧ୍ୟରେ ଶାର୍ଦ୍ଦୁଳ ଠାକୁର ୩ଟି, ଓ୍ବାଶିଂଟନ ସୁନ୍ଦର ୨ଟି ଏବଂ ଇଶାନ ପୋରେଲ, ତୁଷାର ଦେଶପାଣ୍ଡେ, ରାହୁଲ ଚହର ଓ ଶିଭମ୍‌ ଦୁବେ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ ‘ଏ’ ୨୦ ଓଭରରେ ୨୦୪/୪(ସଞ୍ଜୁ ସାମସନ-୯୧, ଶିଖର ଧାଓ୍ବନ-୫୧, ଶ୍ରେୟାସ ଆୟାର-୩୬, ବେଉରନ ହେଣ୍ଡ୍ରିକ୍ସ-୨/୨୯, ଜର୍ଜ ଲିନ୍‌ଡେ-୨/୪୩)। ଦକ୍ଷିଣ ଆଫ୍ରିକା ‘ଏ’ ୨୦ ଓଭରରେ ୧୬୮/ଅଲଆଉଟ(ରିଜା ହେଣ୍ଡ୍ରିକ୍ସ-୫୯, କାଏଲ ଭେରିନେ -୪୪, ଶାର୍ଦ୍ଦୁଳ ଠାକୁର-୩/୯, ଓ୍ବାଶିଂଟନ ସୁନ୍ଦର-୨/୩୯)।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri