Posted inଖେଳ

ଦକ୍ଷିଣ ଆଫ୍ରିକା କୋଚ୍‌ ପଦରୁ ଗିବସନ ବିଦା

ଜୋହାନ୍ସବର୍ଗ,୫ା୮- ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ କୋଚ୍‌ ଓଟିସ ଗିବସନଙ୍କ ସମେତ ପୂରା କୋଚିଂ ଟିମ୍‌ ଓ ମ୍ୟାନେଜମେଣ୍ଟ ଷ୍ଟାଫଙ୍କୁ ବିଦା କରିଥିବା କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ରବିବାର ଘୋଷଣା କରିଛି। ନିକଟରେ ଶେଷ ହୋଇଥିବା ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଦଳ ୭ମ ସ୍ଥାନରେ ରହି ଅଭିଯାନ ଶେଷ କରିବା ପରେ ଗତ ସପ୍ତାହରେ ବସିଥିବା କାର୍ଯ୍ୟକାରୀ ସଦସ୍ୟଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳ ତା’ର ପରବର୍ତ୍ତୀ ସିଜନ ଭାରତ ଗସ୍ତରୁ ଆରମ୍ଭ କରିବ। ଭାରତରେ ଦକ୍ଷିଣ ଆଫ୍ରିକା ୩ ଟେଷ୍ଟ ଖେଳିବ, ଯାହାକି ନୂଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଅଂଶବିଶେଷ। ଏକ ବିଜ୍ଞପ୍ତିରେ ସିଏସ୍‌ଏ ପକ୍ଷରୁ କୁହାଯାଇଛି, ଫୁଟ୍‌ବଲ ଷ୍ଟାଇଲରେ ଦଳ ପାଇଁ ମ୍ୟାନେଜର ନିଯୁକ୍ତ କରାଯିବ। ସେ ସମସ୍ତ ଫର୍ମାଟରେ ଜାତୀୟ ଦଳର ଦାୟିତ୍ୱ ସମ୍ଭାଳିବେ। ତାଙ୍କ ବ୍ୟତୀତ କୋଚିଂ ଷ୍ଟାଫ, ମେଡିକାଲ ଓ ପ୍ରଶାସନିକ ବ୍ୟକ୍ତିଙ୍କୁ ମଧ୍ୟ ନିଯୁକ୍ତ କରାଯିବ। ଟିମ୍‌ ମ୍ୟାନେଜର ସିଧାସଳଖ ଡିରେକ୍ଟର ଅଫ୍‌ କ୍ରିକେଟକୁ ରିପୋର୍ଟ କରିବେ। ଏହି ନୂଆ ପଦ ଲାଗି ନିର୍ବାଚନ ହେବା ପର୍ଯ୍ୟନ୍ତ ପୂର୍ବତନ ଖେଳାଳି କୋରି ଭାନ ଜିଲ ଡିରେକ୍ଟର ଅଫ୍‌ କ୍ରିକେଟ ପଦରେ ରହିବେ। ଭାରତ ଗସ୍ତ ପୂର୍ବରୁ ଭାନ ଜିଲ ଓ ସିଏସ୍‌ଏ କାର୍ଯ୍ୟକାରୀ ମୁଖ୍ୟ ଥବଙ୍ଗ ମୋରେ ଦଳ ଲାଗି ଅନ୍ତରୀଣ ମ୍ୟାନେଜମେଣ୍ଟ ଟିମ୍‌ ଓ ଚୟନ କମିଟି ନିଯୁକ୍ତ କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri