Posted inଖେଳ

ଦକ୍ଷିଣ ଆଫ୍ରିକା କୋଚ୍‌ ପଦରୁ ଗିବସନ ବିଦା

ଜୋହାନ୍ସବର୍ଗ,୫ା୮- ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ କୋଚ୍‌ ଓଟିସ ଗିବସନଙ୍କ ସମେତ ପୂରା କୋଚିଂ ଟିମ୍‌ ଓ ମ୍ୟାନେଜମେଣ୍ଟ ଷ୍ଟାଫଙ୍କୁ ବିଦା କରିଥିବା କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ରବିବାର ଘୋଷଣା କରିଛି। ନିକଟରେ ଶେଷ ହୋଇଥିବା ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଦଳ ୭ମ ସ୍ଥାନରେ ରହି ଅଭିଯାନ ଶେଷ କରିବା ପରେ ଗତ ସପ୍ତାହରେ ବସିଥିବା କାର୍ଯ୍ୟକାରୀ ସଦସ୍ୟଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳ ତା’ର ପରବର୍ତ୍ତୀ ସିଜନ ଭାରତ ଗସ୍ତରୁ ଆରମ୍ଭ କରିବ। ଭାରତରେ ଦକ୍ଷିଣ ଆଫ୍ରିକା ୩ ଟେଷ୍ଟ ଖେଳିବ, ଯାହାକି ନୂଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଅଂଶବିଶେଷ। ଏକ ବିଜ୍ଞପ୍ତିରେ ସିଏସ୍‌ଏ ପକ୍ଷରୁ କୁହାଯାଇଛି, ଫୁଟ୍‌ବଲ ଷ୍ଟାଇଲରେ ଦଳ ପାଇଁ ମ୍ୟାନେଜର ନିଯୁକ୍ତ କରାଯିବ। ସେ ସମସ୍ତ ଫର୍ମାଟରେ ଜାତୀୟ ଦଳର ଦାୟିତ୍ୱ ସମ୍ଭାଳିବେ। ତାଙ୍କ ବ୍ୟତୀତ କୋଚିଂ ଷ୍ଟାଫ, ମେଡିକାଲ ଓ ପ୍ରଶାସନିକ ବ୍ୟକ୍ତିଙ୍କୁ ମଧ୍ୟ ନିଯୁକ୍ତ କରାଯିବ। ଟିମ୍‌ ମ୍ୟାନେଜର ସିଧାସଳଖ ଡିରେକ୍ଟର ଅଫ୍‌ କ୍ରିକେଟକୁ ରିପୋର୍ଟ କରିବେ। ଏହି ନୂଆ ପଦ ଲାଗି ନିର୍ବାଚନ ହେବା ପର୍ଯ୍ୟନ୍ତ ପୂର୍ବତନ ଖେଳାଳି କୋରି ଭାନ ଜିଲ ଡିରେକ୍ଟର ଅଫ୍‌ କ୍ରିକେଟ ପଦରେ ରହିବେ। ଭାରତ ଗସ୍ତ ପୂର୍ବରୁ ଭାନ ଜିଲ ଓ ସିଏସ୍‌ଏ କାର୍ଯ୍ୟକାରୀ ମୁଖ୍ୟ ଥବଙ୍ଗ ମୋରେ ଦଳ ଲାଗି ଅନ୍ତରୀଣ ମ୍ୟାନେଜମେଣ୍ଟ ଟିମ୍‌ ଓ ଚୟନ କମିଟି ନିଯୁକ୍ତ କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri