Posted inଖେଳ

ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ସେଲ୍ଫ ଆସୋଲେଶନରେ ରହିବାକୁ କୁହାଯାଇଥିଲା

ଜୋହାନ୍ସବର୍ଗ,୧୯।୩(ପି.ଟି.)- ଭାରତ ଗସ୍ତରୁ ସ୍ବଦେଶ ଫେରିବା ପରେ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ସେଲ୍ଫ ଆସୋଲେଶନରେ ରହିବାକୁ କୁହାଯାଇଥିଲା। କରୋନା ଭାଇରସ ଆତଙ୍କ କାରଣରୁ ଗସ୍ତ ଅଧାରୁ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ଘରକୁ ଫେରିବାକୁ ପଡିଥିଲା। ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ ଆସୋଲେଶନରେ ରହିବାକୁ କୁହାଯାଇଥିଲା ବୋଲି କ୍ରିକେଟ ସାଉଥ୍‌ ଆଫ୍ରିକା ମେଡିକାଲ ଅଫିସର ଡଃ ଶୁଆଇବ ମାନ୍‌ଜରା କହିଛନ୍ତି। ପୁଣି ଯଦି କରୋନା ଭାଇରସ୍‌ର କୌଣସି ଲକ୍ଷଣ ଦେଖାଯାଏ ତାହାଲେ ସେମାନଙ୍କର ପରୀକ୍ଷା କରିବା ପାଇଁ ମଧ୍ୟ କୁହାଯାଇଥିଲା।
ଅତିକମ୍‌ରେ ୧୪ ଦିନ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଖେଳାଳିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହା ଦ୍ୱାରା ଖେଳାଳିମାନେ ନିଜକୁ ରକ୍ଷା କରିବା ସହ ତାଙ୍କ ସେମାନଙ୍କ ପରିବାର, ଚତୁଃପାର୍ଶ୍ୱରେ ରହୁଥିବା ଲୋକଙ୍କର ମଧ୍ୟ ହିତ ସାଧନ କରିବାରେ ସହାୟ ହୋଇଥିଲେ। ଏହି ସମୟରେ ଯଦି କୌଣସ ଖେଳାଳିଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇଥାନ୍ତା ତାହାଲେ ନିୟମ ଅନୁସାରେ ସେମାନଙ୍କର ପରୀକ୍ଷା କରାଯାଇଥାନ୍ତା ବୋଲି ସେ କହିଛନ୍ତି।
ଭାରତ ଗସ୍ତରେ ଦକ୍ଷିଣ ଆଫ୍ରିକା ୩ଟ ଦିନିକିଆ ଖେଳିବାର କାର୍ଯକ୍ରମ ଥିଲା। ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ଦିନିକିଆ ବର୍ଷା ଯୋଗୁ ଧୋଇଯାଇଥିଲା। ଗସ୍ତରେ କେତେଜଣ ଖେଳାଳି ମାସ୍କ ପରିଧାନ କରିଥିଲେ ଓ ଆଉ କେତେକେ କରି ନ ଥିଲେ। ଘରକୁ ଫେରିବା ପୂର୍ବରୁ ଦକ୍ଷିଣ ଆଫ୍ରିକା ଖେଳାଳିମାନେ କୋଲକାତାରେ ରହିଥିଲେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟଏଚ୍‌ଓ) ଜାରି କରିଥିବା ନିର୍ଦ୍ଦେଶନାମା ଅନୁସାରେ ଖେଳାଳିମାନଙ୍କୁ ଏ ନେଇ ଶିକ୍ଷା ଦିଆଯାଇଛି। କରୋନା ଭାଇରସକୁ କିପରି ସାମ୍ନା କରିବାକୁ ହେବ ତାହା ଖେଳାଳିମାନେ ଭଲଭାବେ ଅବଗତ ହୋଇଛନ୍ତି। ଖେଳାଳିମାନଙ୍କ ସହ ଆମ ବିଶେଷଜ୍ଞମାନେ ସବୁବେଳେ ସମ୍ପର୍କରେ ରହିବେ ବୋଲି ମାନ୍‌ଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri