Posted inଖେଳ

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ କ୍ଲାସେନ

ଜୋହାନ୍ସବର୍ଗ, ୧୮।୮ (ପି.ଟି.)- ଟେଷ୍ଟ ସିରିଜ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳ ଆସନ୍ତା ଅକ୍ଟୋବରରେ ଭାରତ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ଗତ ୧୩ରେ ଅଭିଜ୍ଞ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ନେତୃତ୍ୱରେ ୧୫ ଜଣିଆ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରାଯାଇଥିଲା। ତେବେ ଏହି ଦଳରେ ସ୍ଥାନ ପାଇଥିବା ନବାଗତ ଉଇକେଟ୍‌କିପର ରୁଡି ସେକେଣ୍ଡଙ୍କୁ ଆଘାତଜନିତ ସମସ୍ୟା ଲାଗି ବାଦ୍‌ ଦିଆଯାଇଛି। ତାଙ୍କ ସ୍ଥାନରେ ଅନ୍ୟତମ ଉଇକେଟ୍‌କିପର ହେନ୍‌ରିକ କ୍ଲାସେନଙ୍କୁ ଦଳରେ ସାମିଲ କରାଯାଇଛି ବୋଲି କ୍ରିକେଟ୍‌ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ପକ୍ଷରୁ ରବିବାର କୁହାଯାଇଛି। କ୍ଲାସେନ ପୂର୍ବରୁ ଜାତୀୟ ଦଳ ପକ୍ଷରୁ ୧୪ ଦିନିକିଆ ଓ ୯ ଟି୨୦ ମ୍ୟାଚ୍‌ ଖେଳି ସାରିଛନ୍ତି।
ଆଫ୍ରିକା-ଏ ଦଳ ପକ୍ଷରୁ ଅଭ୍ୟାସ କରୁଥିବାବେଳେ ସେକେଣ୍ଡ ଆଘାତପ୍ରାପ୍ତ ହୋଇଥିଲେ। ଏହାପରେ ତୁରନ୍ତ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା ଏବଂ ତାଙ୍କୁ ପୁରା ଟୁର୍‌ରୁ ବାଦ୍‌ ଦିଆଯାଇଛି ବୋଲି ଜଣାପଡ଼ିଛି। ଭାରତ ଗସ୍ତରେ ଦକ୍ଷିଣ ଆଫ୍ରିକା ୩ଟି ଲେଖାଏ ଟି୨୦ ଓ ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଅକ୍ଟୋବର ୨ରୁ ବିଶାଖାପାଟନମଠାରେ ଆରମ୍ଭ ହେବ। ତେବେ ୨ୟ ଓ ୩ୟ ଟେଷ୍ଟ ମ୍ୟାଚ୍‌ର ଭେନ୍ୟୁରେ ଅଦଳବଦଳ ହୋଇଥିବା ସିଏସ୍‌ଏ ପକ୍ଷରୁ ଜଣାପଡ଼ିଛି। ଦ୍ୱିତୀୟ ଟେଷ୍ଟ ଏବେ ପୁନେଠାରେ ଅକ୍ଟୋବର ୧୦ରୁ ୧୪ ପର୍ଯ୍ୟନ୍ତ ଖେଳାଯିବ। ସେହିଭଳି ଅନ୍ତିମ ତଥା ୩ୟ ମ୍ୟାଚ୍‌ ଅକ୍ଟୋବର ୧୯ରୁ ୨୩ ପର୍ଯ୍ୟନ୍ତ ରାଞ୍ଚତ୍ଠାରେ ଅନୁଷ୍ଠିତ ହେବ। ଟେଷ୍ଟ ସିରିଜ ପୂର୍ବରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ଟି ଟି୨୦ ସେପ୍ଟେମ୍ବର ୧୫ରୁ ୨୨ ମଧ୍ୟରେ ଖେଳାଯିବ। ସେହିଭଳି ଏହି ସମୟରେ ଦକ୍ଷିଣ ଆଫ୍ରିକା-ଏ ଦଳ ଭାରତ ଗସ୍ତରେ ଆସି ଭାରତ-ଏ ବିପକ୍ଷରେ ୫ଟି ଏକଦିବସୀୟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri