Posted inଖେଳ

ଦକ୍ଷିଣ ଆଫ୍ରିକା ଦଳରୁ ପଦାର୍ପଣ କଲେ ଭାରତୀୟ ବଂଶୋଦ୍ଭବ

ବିଶାଖାପାଟଣା,୨।୧୦(ପିଟି): ଭାରତୀୟ ବଂଶୋଦ୍ଭବ ସେନୁରାନ ମୁଥୁସ୍ବାମୀ ବୁଧବାର ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକା ଦଳରୁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରି ସ୍ବପ୍ନ ପୂରା କରିଛନ୍ତି। ୨୫ ବର୍ଷ ତଳେ ବ୍ୟାଟିଂ ଅଲରାଉଣ୍ଡରଙ୍କ ପରିବାର ତାମିଲନାଡୁ ଛାଡ଼ି ଦକ୍ଷିଣ ଆଫ୍ରିକା ଚାଲି ଯାଇଥିଲା। ଡର୍ବାନ ଖେଳାଳି ଭାରତୀୟ ଦଳ ପାଇଁ ଅଜଣା ନୁହନ୍ତି। ସେ ଗତ ବର୍ଷ ଦକ୍ଷିଣ ଆଫ୍ରିକା ଏ’ ଦଳ ସହ ଭାରତ ଆସିଥିଲେ। ଆମେ ପ୍ରକୃତରେ ଚେନ୍ନାଇ ବାସିନ୍ଦା। ମୋ ପରିବାର ଏବେ ମଧ୍ୟ ନାଗାପାଟ୍ଟିନାମ (ଚେନ୍ନାଇଠାରୁ ୩୦୦ କି.ମି. ଦୂର)ରେ ରହୁଛନ୍ତି। ବହୁ ବର୍ଷ ତଳେ ଆମେ ତାମିଲନାଡୁ ଛାଡ଼ି ଯାଇଥିଲୁ। ହେଲେ ଆମେ ଏବେ ମଧ୍ୟ ଦକ୍ଷିଣ ଭାରତୀୟ ପରମ୍ପର ମାନୁଛୁ। ଆମ ଘରେ କିଛି ଲୋକ ତାମିଲ ଭାଷାରେ କଥା ହେଉଛନ୍ତି। ଦୁର୍ଭାଗ୍ୟବଶତଃ ମୁଁ ଧୀରେ ଧୀରେ ଏହି ଭାଷା ଶିକ୍ଷା କରୁଛି ବୋଲି ମୁଥୁସ୍ବାମୀ କହିଛନ୍ତି। ତାଙ୍କ ବ୍ୟତୀତ ଦକ୍ଷିଣ ଆଫ୍ରିକା ଦଳରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ କେଶବ ମହାରାଜ ସ୍ଥାନ ପାଇଛନ୍ତି। ଏଠାକାର ପିଚ୍‌ ଡ୍ରାଏ ଥିବାରୁ ଭ୍ରମଣକାରୀ ଦଳର ଅଧିନାୟକ ଫାଫ ଡୁପ୍ଲେସି ଦଳରେ ଦୁଇ ସ୍ପିନର ସହ ଜଣେ କାମଚଳା ସ୍ପିନର ରଖିବାକୁ ନିଷ୍ପତ୍ତି ନେଇଥିଲେ। ମୁଥୁସ୍ବାମୀ ପ୍ରଥମ ଶ୍ରେଣୀ କ୍ରିକେଟରେ ୩୨.୭୧ ଆଭରେଜରେ ୩୪୦୩ ରନ୍‌ କରିବା ସହ ୧୨୯ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri