Posted inଖେଳ

ଦକ୍ଷିଣ ଆଫ୍ରିକା ୧ ରନରେ ବିଜୟୀ

ଇଷ୍ଟ ଲଣ୍ଡନ, ୧୩।୨- ସ୍ଥାନୀୟ ବଫାଲୋ ପାର୍କରେ ବୁଧବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୧ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ୧-୦ରେ ଅଗ୍ରଣୀଲାଭ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୮ ଉଇକେଟ ହରାଇ ୧୭୭ ରନ କରିଥିଲା। ଜବାବରେ ଇଂଲଣ୍ଡ ଏକଦା ବିଜୟ ଦ୍ୱାରରେ ପହଞ୍ଚତ୍ଥିଲେ ହେଁ ଚାପର ବଶବର୍ତ୍ତୀ ହୋଇ ମ୍ୟାଚ ହାତଛଡ଼ା କରିଥିଲା। ମ୍ୟାଚ ଜିତିବା ପାଇଁ ଇଂଲଣ୍ଡକୁ ଶେଷ ୨ ଓଭରରେ ୨୩ ରନ ଆବଶ୍ୟକ ହେଉଥିଲା। ଇଅନ ମୋର୍ଗାନ ଓ ମୋଇନ ଅଲୀ ପ୍ରତିପକ୍ଷ ବେନ୍‌ ହେଣ୍ଡ୍ରିକ୍ସ ବୋଲିଂ କରିଥିବା ୧୯ତମ ଓଭରରୁ ୧୬ ରନ ସଂଗ୍ରହ କରିଥିଲେ। ଏହି ଓଭରରେ ୨ ଚୌକା ଓ ୧ ଛକା ମାରିଥିବା ମୋର୍ଗାନ ୬ଷ୍ଠ ବଲ୍‌ରେ ଆଉଟ ହୋଇ ଯାଇଥିଲେ। ଅନ୍ତିମ ଓଭରରୁ ବିଜୟ ପାଇଁ ମାତ୍ର ୭ ରନ ଆବଶ୍ୟକ ହେଉଥିଲା। ମାତ୍ର ଲୁନ୍‌ଗି ଏନଗିଡିଙ୍କ ଓଭରରେ ଦଳ ୩ ଉଇକେଟ ହରାଇ ମାତ୍ର ୫ ରନ କରିବାକୁ ସକ୍ଷମ ହୋଇଥିଲା। ଫଳରେ ବିଜୟ ଲକ୍ଷ୍ୟଠାରୁ ଇଂଲଣ୍ଡ ୧ ରନ ଦୂରରେ ରହି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri