Posted inଖେଳ

ଦକ୍ଷିଣ ଏସୀୟ କ୍ରୀଡ଼ା ଝିଲ୍ଲୀ, ସ୍ନେହାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୬।୧୨(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ଦୁଇ ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଓ ସ୍ନେହା ସୋରେନ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ପାଇଛନ୍ତି। ନେପାଳର ପୋଖରାଠାରେ ଚାଲିଥିବା ଦକ୍ଷିଣ ଏସୀୟ କ୍ରୀଡ଼ା ଭାରୋତ୍ତୋଳନ ଇଭେଣ୍ଟର ପ୍ରଥମ ଦିବସରେ ଏହି ଓଡ଼ିଆ ଭାରୋତ୍ତୋଳିକା ସ୍ବର୍ଣ୍ଣ ପଦକ ଅର୍ଜନ କରିଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ପାଇଥିବା ଝିଲ୍ଲୀ ନେପାଳରେ ୪୫ କେଜି କାଟେଗୋରିରେ ୧୫୧ କେଜି ଭାରୋତ୍ତୋଳନ କରି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ସେ ସ୍ନାଚ୍‌ରେ ୬୬ କେଜି ଓ କ୍ଲିନ୍‌ ଆଣ୍ଡ ଜର୍କରେ ୮୫ କେଜି ଭାର ଉଠାଇଥିଲେ। ଶ୍ରୀଲଙ୍କାର ସମରକୁନ ଶ୍ରୀମାଲି(୧୩୯ କେଜି) ରୌପ୍ୟ ଓ ନେପାଳର ସଙ୍ଗିତା ରାୟ(୧୨୭ କେଜି) ବ୍ରୋଞ୍ଜ ପଦକ ପାଇଥିଲେ। ମହିଳା ୪୯ କେଜିରୁ କମ୍‌ ଇଭେଣ୍ଟରେ ୧୮ ବର୍ଷୀୟା ସ୍ନେହା ମୋଟ ୧୫୭ କେଜି ଭାରୋତ୍ତୋଳନ କରି ସ୍ବର୍ଣ୍ଣ ପଦକ ପାଇଛନ୍ତି। ସେ ସ୍ନାଚ୍‌ରେ ୬୮ ଓ କ୍ଲିନ୍‌ ଆଣ୍ଡ ଜର୍କରେ ୮୯ କେଜି ଭାର ଉଠାଇଥିଲେ। ଶ୍ରୀଲଙ୍କାର ଗୋମାସ ହାନସାନି(୧୫୫ କେଜି) ଓ ବାଂଲାଦେଶର ଶବିରା ମୋଲ୍ଲା(୧୩୦ କେଜି) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଥିଲେ। ଭାରତ ଗୁରୁବାର ରେକର୍ଡ ସଂଖ୍ୟକ ୨୬ ସ୍ବର୍ଣ୍ଣ, ୧୮ ରୌପ୍ୟ ଓ ୬ ବ୍ରୋଞ୍ଜ ପଦକ ମିଳିଛି। ଫଳରେ ପଦକ ତାଲିକାରେ ନେପାଳକୁ ହଟାଇ ଶୀର୍ଷସ୍ଥାନ ଅଧିକାର କରିଛି। ଏବେ ଭାରତର ମୋଟ ପଦକ ସଂଖ୍ୟା ୫୮ ସ୍ବର୍ଣ୍ଣ, ୪୧ ରୌପ୍ୟ ଓ ୧୯ ବ୍ରୋଞ୍ଜ ଥିବାବେଳେ ନେପାଳ ୩୬ ସ୍ବର୍ଣ୍ଣ, ୨୬ ରୌପ୍ୟ ଓ ୩୪ ବ୍ରୋଞ୍ଜ ପଦକ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri