ଦକ୍ଷିଣ ଓଡ଼ିଶାରେ ହେବ ହସ୍ତୀ ଅଭୟାରଣ୍ୟ

ଭୁବନେଶ୍ୱର,  ୧୩।୧୨(ବ୍ୟୁରୋ):ରାଜ୍ୟରେ ହାତୀ ଓ ମଣିଷଙ୍କ ମଧ୍ୟରେ ଲଢ଼େଇ ଏବେ ସରକାରଙ୍କ ନିଦ ହଜାଇଛି। ଏଥିରେ କେତେବେଳେ ମଣିଷର ମୃତ୍ୟୁ ହେଉଛି ତ’ ଆଉ କେତେବେଳେ ହାତୀଙ୍କ ପ୍ରାଣ ଯାଉଛି। ତେଣୁ ଏହା ଉପରେ ରୋକ୍‌ ଲଗାଇବାକୁ ଓ ଏହାର ସ୍ଥାୟୀ ପ୍ରତିକାର ପାଇଁ ବନ ବିଭାଗ ଏକ ନୂତନ ଉପାୟ ଚିନ୍ତା କରିଛି। ହାତୀମାନେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେବା ଲାଗି ଇନ୍‌ଫ୍ରାସୋନିକ ଶଦ୍ଦ ସୃଷ୍ଟି କରିଥାନ୍ତି, ଯାହା ମଣିଷ କାନକୁ ଶୁଭେ ନାହିଁ। ତେବେ ଏହାକୁ କିଭଳି ରେକର୍ଡ କରାଯାଇପାରିବ, ସେନେଇ ଉପକରଣ ତିଆରି କରିବା ପାଇଁ ବନ ବିଭାଗ ଭୁବନେଶ୍ୱର ଆଇଆଇଟିର ସହାୟତା ଲୋଡ଼ିଛି। ଏକ ନୂତନ ଇନଫ୍ରା ରେଞ୍ଜ ଯନ୍ତ୍ର ସାହାଯ୍ୟରେ ବନ କର୍ମଚାରୀ ହାତୀର ଶଦ୍ଦକୁ ଦୂରରୁ ଜାଣିପାରିବେ। ହାତୀ ୫ କିଲୋମିଟର ଦୂରରେ ଥିଲେ ମଧ୍ୟ ସେମାନଙ୍କ ଭାଷା ଓ ଗତିବିଧିକୁ ଏହି ଯନ୍ତ୍ର ଦ୍ୱାରା ଜାଣିହେବ। ହାତୀଙ୍କ ଏହି ଶବ୍ଦକୁ ରେକର୍ଡ କରାଯାଇ ପାରିଲେ ସେମାନଙ୍କ ଗତିବିଧି, ଆଚରଣ ଓ ହାତୀଙ୍କ ଜୀବନ ପ୍ରତି ଥିବା ବିପଦ ସମ୍ପର୍କରେ ସୂଚନା ମିଳିପାରିବ। ଏହାଦ୍ୱାରା ହାତୀ-ମଣିଷ ଲଢ଼େଇ ରୋକିବା ସହଜ ହେବ ବୋଲି ବନ ବିଭାଗ ଆଶା ରଖିଛି। ଅନ୍ୟପକ୍ଷରେ ହାତୀ ସୁରକ୍ଷା ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଦକ୍ଷିଣ ଓଡ଼ିଶାରେ ହସ୍ତୀ ଅଭୟାରଣ୍ୟ ହେବ। କନ୍ଧମାଳ ଓ ବ୍ରହ୍ମପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ଏହି ଅଭୟାରଣ୍ୟ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହାଛଡ଼ା ରାଜ୍ୟର ଜଙ୍ଗଲରେ ବୁଲୁଥିବା ୩ ଦୁଷ୍ଟ ହାତୀର ଗତିବିଧି ଉପରେ ନଜର ରଖିବା ଲାଗି ସେମାନଙ୍କୁ ରେଡିଓ କଲାର ପିନ୍ଧାଯିବ। ଅନୁଗୋଳ ଓ ଦେବଗଡ଼ ଜିଲାରେ ଆତଙ୍କ ସୃଷ୍ଟି କରିଥିବା ଏହି ୩ ହାତୀଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖି ଆଗୁଆ ପଦକ୍ଷେପ ନିଆଯିବ ବୋଲି ପିସିସିଏଫ୍‌ ହରିଶଙ୍କର ଉପାଧ୍ୟାୟ ଗୁରୁବାର ଅରଣ୍ୟ ଭବନଠାରେ ଅନୁଷ୍ଠିତ କର୍ମଶାଳାରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri