ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ, ଅକ୍ଟୋବର ୨୩ରୁ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଆରମ୍ଭ ହେବ। ଆସନ୍ତା ୨୪ରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ଏବଂ ୨୭ ତାରିଖ ପର୍ଯ୍ୟନ୍ତ ଲାଗିରହିବ। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବା ସହ ଦୀପାବଳି ଦିନ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।
ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗରରେ ତାମିଲନାଡ଼ୁ ସଂଲଗ୍ନ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୩ରେ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରି ଆସନ୍ତା ୨୪ରେ ଆନ୍ଧ୍ର ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଅନ୍ୟପଟେ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ପୂର୍ବ ଦିଗକୁ ଗତି କରି ଆସନ୍ତା ୨୪ରେ ମୁମ୍ବାଇ ନିକଟରେ ପହଞ୍ଚତ୍ବ। ସେହିଦିନ ସାରେ ଉଭୟ ଲଘୁଚାପର ମିଶ୍ରଣ ହେବ। ଫଳରେ ପୂର୍ବ-ପଶ୍ଚିମ ଦିଗରେ ମହାରାଷ୍ଟ୍ରଠାରୁ ବାଂଲାଦେଶ ପର୍ଯ୍ୟନ୍ତ ଏକ ବିସ୍ତୀର୍ଣ୍ଣ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାର ପ୍ରଭାବରେ ଓଡ଼ିଶାକୁ ବଙ୍ଗୋପସାଗରୀୟ ପବନ ଦକ୍ଷିଣ ଦିଗରୁ ବହିବ ଓ ବର୍ଷା ହେବ। ଭୁବନେଶ୍ବର ସମେତ ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବା ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅନ୍ୟପଟେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝଡ଼ତୋଫାନ ସହ ବଜ୍ରପାତ ମଧ୍ୟ ହେବାର ଆଶଙ୍କା ରହିଛି। ମଙ୍ଗଳବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରରେ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଆଦି ୧୧ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି। ସେହିପରି ବୁଧବାର ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବଲାଙ୍ଗୀର ଆଦି ୮ଜିଲାରେ ପ୍ରବଳ ବର୍ଷା ହେବ। ଏନେଇ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଗୁରୁବାର ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର, କଟକ ଆଦି ୧୨ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଏ ସବୁ ଜିଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି। ଏସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସେପଟେ ଆସନ୍ତା ୨୩ ତାରିଖରେ ରାଜ୍ୟରେ ଲଘୁଚାପଜନିତ ବର୍ଷା ହେବାର ଆଶଙ୍କା ରହିଥିବାରୁ ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ କୃଷି ନିର୍ଦ୍ଦେଶକ ଓ ସଚିବଙ୍କୁ ସୂଚିତ କରାଯିବା ସହ ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜିଲାପାଳମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri