ଦଙ୍ଗା, ଦାବାବଟି ଓ ମରଣାନ୍ତକ ଆକ୍ରମଣ ଘଟଣା: ଏନ୍‌ଏସ୍‌ଏରେ ବୁକ୍‌ ହେଲେ ପ୍ରଭାତ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ମାରଣାସ୍ତ୍ର ଦେଖାଇ ୫ ଲକ୍ଷ ଦାଦାବଟି ମାଗି ବିଚାରବିଭାଗୀୟ ହାଜତକୁ ଯାଇଥିବା ପ୍ରଭାତ କୁମାର ସେଠୀଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏ(ଜାତୀୟ ନିରାପତ୍ତା ଆଇନ)ରେ ବୁଧବାର ବୁକ୍‌ କରିଛି। ସର୍ବସାଧାରଣରେ ଦଙ୍ଗା କରିବା, ଜନଗହଳିପୂର୍ଣ୍ଣ ସ୍ଥାନରେ ଆତଙ୍କ ଖେଳାଇବା, ଖଣ୍ଡା, ପିସ୍ତଲ୍‌ ଧରି ଆକ୍ରମଣ କରିବା ଏବଂ ବଟି ମାଗିବା ପରି ସଙ୍ଗିନ ଅପରାଧରେ ପ୍ରଭାତଙ୍କ ସମ୍ପୃକ୍ତି ରହିଥିବା ଚନ୍ଦ୍ରଶେଖରପୁର ଥାନା ଅଧିକାରୀ ବିଶ୍ୱ ରଞ୍ଜନ ନାୟକ ସୂଚନା ଦେଇଛନ୍ତି। ଗତ ଫେବୃୟାରୀ ୧୯ ତାରିଖରେ ସେ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଣେ ଦୋକାନୀଙ୍କୁ ୫ ଲକ୍ଷ ଟଙ୍କା ଦାଦାବଟି ମାଗି ବିଫଳ ହୋଇଥିଲେ। ତାପରେ ଘରେ ପଶି ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ଗିରଫ ହୋଇ ପ୍ରଭାତ ଜେଲ୍‌ ଯାଇଥିଲେ। କେବଳ ଏହି ଘଟଣା ନୁହେଁ,ତାଙ୍କ ବିରୋଧରେ ଅନେକ ମାମଲା ରହିଛି। ଯାଜପୁର ଜିଲା ବଇରୀ ଥାନା ଅଞ୍ଚଳରେ ଏକ ଦଙ୍ଗା ଘଟଣାରେ ତାଙ୍କର ସମ୍ପୃକ୍ତି ରହିଥିବାନେଇ ଥାନା ଅଧିକାରୀ ନାୟକ ସୂଚନା ଦେଇଛନ୍ତି। ପ୍ରଭାତ ହାଜତରୁ ବାହାରିଲେ ସମାଜ ପାଇଁ ବିପଦ ସୃଷ୍ଟିହେବ। ତେଣୁ ଏହାକୁ ଦୃଷ୍ଟିରେ ରଖି ଜନତାଙ୍କ ସୁରକ୍ଷା ପାଇଁ ପ୍ରଭାତଙ୍କୁ ଏନ୍‌ଏସ୍‌ଏରେ ବୁକ୍‌ କରାଯାଇଥିବା କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗ ଦେବା ପରେ ୧୫ ଜଣ ଅଭିଯୁକ୍ତଙ୍କୁ ଏନ୍‌ଏସ୍‌ଏରେ ବୁକ୍‌ କରି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri