ଦଧିବାମନଜୀଉଙ୍କ ଦେବସ୍ନାନ ନୀତି

ଆନନ୍ଦପୁର,୧୭।୬(ସ୍ବ.ପ୍ର.): ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ନୀତି ମହା ଆଡମ୍ବରରେ ପାଳନ ହେଉଛି। ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ଆନନ୍ଦପୁରର ଆରାଧ୍ୟ ଦେବତା ଦାରୁବ୍ରହ୍ମ ଶ୍ରୀଶ୍ରୀଦଧିବାମନ ଜୀଉ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନ ମାନବୀୟ ଲୀଳା ସ୍ବରୂପ ଜନ୍ମ ଦିବସରେ ରତ୍ନ ସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପରେ ସର୍ବସମ୍ମୁଖରେ ୧୦୮ କୁମ୍ଭ କେଶର କର୍ପୂର ଚୁଆ ଚନ୍ଦନ ମିଶ୍ରିତ ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏଥିପାଇଁ ପ୍ରାତଃ ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମନ୍ଦିରର ପୂଜାପଣ୍ଡା ଏବଂ ସୁଆରମାନେ ପହଣ୍ଡି କରାଇ ସ୍ନାନମଣ୍ଡପକୁ ଆଣିଥିଲେ। ରୀତିନୀତି ଅନୁଯାୟୀ ଅଧିବାସ କରାଯାଇଥିବା ସୁବାସିତ ଜଳରେ ସ୍ନାନ କରାଯାଇ ନୂତନବସ୍ତ୍ର ପରିଧାନ ପୂର୍ବକ ଷୋଡ଼ଶ ଉପଚାରରେ ପୂଜା କରାଯାଇ ଶୀତଳ ଭୋଗ ସମର୍ପଣ କରାଯାଇଥିଲା। ପରେ ଗଜାନନ ବେଶରେ ସଜ୍ଜିତ କରାଯାଇ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଛଡାଯାଇଥିଲା। ସନ୍ଧ୍ୟା ଆଳତି ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଣସର ପିଣ୍ଡିକୁ ପହଣ୍ଡି ମାଧ୍ୟମରେ ନିଆଯାଇ ୧୫ଦିନ କାଳ ଗୁପ୍ତ ସେବା ପୂଜା କରାଯିବ ବୋଲି ମନ୍ଦିରର ପୂଜାପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri