ଦନ୍ତା ଆକ୍ରମଣରେ ଦୁଇ ଗୁରୁତର, ୫ ଆହତ; ଦୌଡ଼ିବା ବେଳେ କେନାଲରେ ଖସିପଡ଼ିଲା

ପରଜଙ୍ଗ,୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଚାନ୍ଦପୁର ଗାଁରେ ବୁଧବାର ଦନ୍ତାହାତୀ ଆତଙ୍କ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଦୁଇଜଣ ଚାଷୀ ଗୁରୁତର ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ଗୁରୁତରମାନେ ହେଲେ ଗ୍ରାମର ପଞ୍ଚାନନ ସାହୁ ଏବଂ ବାରିହାପୁର ଗ୍ରାମର ଅନ୍ତର୍ଯ୍ୟାମୀ ରାଉଳ(୬୮)। ସେହିଭଳି ଆହତମାନେ ହେଲେ ଉଷା ସାହୁ, କାମାକ୍ଷାପ୍ରସାଦ ସାହୁ, ଉତ୍ସବ ସାହୁ, ଗୋବିନ୍ଦ ସାହୁ, ତ୍ରିଲୋଚନ ସାହୁ। ସୂଚନାନୁଯାୟୀ, ଗ୍ରାମର ଚାଷୀ ପଞ୍ଚାନନ ଗାଁ ନିକଟ ସଜରା ବାହାଳପଶି ଅଞ୍ଚଳରେ ଚାଷ କାମ କରୁଥିବା ସମୟରେ ହାତୀ ତାଙ୍କ ପଛପଟୁ ଦାନ୍ତରେ ଭୁସି ଦେବା ସହ ଫୋପାଡି ଦେଇଥିଲା। ସେଠାରୁ ପଞ୍ଚାନନଙ୍କୁ ଉଦ୍ଧାର କରାଯାଇ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ମଣ୍ଡାପାଳ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଦନ୍ତାଟି ପଞ୍ଚାନନଙ୍କୁ ଆକ୍ରମଣ କରି ଦୌଡି ପଳାଉଥିବା ସମୟରେ ଚନ୍ଦାପୁର ଗାଁ ନିକଟ ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ ବାମ କେନାଲରେ ଖସି ପଡିଥିଲା। ପ୍ରାୟ ଏକଘଣ୍ଟା ଧରି ଦନ୍ତା କେନାଲରେ ଫସିରହିଥିବା ବେଳେ ଡିହଡୋଳ ଓ ମୁକ୍ତାପସି ସେକ୍ସନ ବନ ବିଭାଗ କର୍ମଚାରୀ ବାଣ ଫୁଟାଇ ହାତୀକୁ ପାଣିରୁ ଉଠାଇବାକୁ ଚେଷ୍ଟାକରିବା ପରେ ହାତୀଟି କେନାଲ ଉପରକୁ ଉଠିଥିଲା। ଏହି ସମୟରେ ପୋଲ ଉପରେ ଥିବା ମୁକ୍ତାପସି ବିଟ୍‌ର ଗାର୍ଡ ପ୍ରଶାନ୍ତ ନନ୍ଦ ସାହୁଙ୍କ ସ୍କୁଟି ଭାଙ୍ଗି ଚାନ୍ଦପୁର ଆଡ଼କୁ ଯାଉଥିବା ବେଳେ ଡିହଡ଼ୋଳ ବନ କର୍ମଚାରୀ ହାତୀକୁ ଜଙ୍ଗଲକୁ ଘଉଡ଼ାଇଥିଲେ। ପରେ ୫୩ନଂ ଜାତୀୟ ରାଜପଥ ପାର ହୋଇ ବସୋଇ ଅଞ୍ଚଳକୁ ଯାଇଥିବା ବେଳେ ବାରିହାପୁର ଗ୍ରାମର ଅନ୍ତର୍ଯ୍ୟାମୀ ଗୋଧି ମୁଣ୍ଡା ପଶିରେ ଧାନ ଖେତରେ କାମ କରୁଥିବା ବେଳେ ଦନ୍ତା ତାଙ୍କ ପିଠିରେ ଦାନ୍ତ ଭୁସି ଦେଇଥିଲା। ପାଖରେ ଥିବା ଅନ୍ୟ ଚାଷୀ ତାଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ପରେ କଟକ ସ୍ଥାନାନ୍ତରିତ କରାଯାଇଛି । ଡାକ୍ତର ଖାନାରେ ମହାବିରୋଡ଼ ରେଞ୍ଜର ହରମୋହନ ନାୟକ, ଫରେଷ୍ଟର ରାମଚନ୍ଦ୍ର ରାଉତ ଓ ଗାର୍ଡ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବନବିଭାଗ ତରଫରୁ ଆହତ ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ଚିକିତ୍ସା ନିମନ୍ତେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ହାତୀକୁ ନେଇ ପରଜଙ୍ଗ ଅଞ୍ଚଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri