ଦନ୍ତା ଉତ୍ପାତରେ ବ୍ୟାପକ କ୍ଷତି

ବଡ଼ସାହି,୨୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ପଞ୍ଚାୟତ ଅଗାଶୋଳ ଗ୍ରାମର ୪ ଜଣ ଚାଷୀଙ୍କ ଧାନ କଳେଇକୁ ଦନ୍ତାହାତୀ ଖାଇବା ସହ ନଷ୍ଟ କରିଛି ା ହାତୀର ଗତିପଥ ଉପରେ ବନ ବିଭାଗ ଦୃଷ୍ଟି ଦେଉଥିଲେ ହେଁ ଅଦ୍ୟାବଧି ହାତୀକୁ ଶିମିଳିପାଳ ଜଙ୍ଗଲ ମୁହାଁ କରିବାରେ ବିଫଳ ହୋଇଛନ୍ତି ା ଫଳରେ ହାତୀଟି ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷତି କରୁଥିବା ବେଳେ ଲୋକମାନେ ଭୟଭୀତ ଅବସ୍ଥାରେ ରାତି କାଟୁଛନ୍ତି ା ଡୁକୁରା ରେଞ୍ଜ ଅଧୀନ ବଡ଼ସାହି-ସୁହାଗପୁର ରାସ୍ତା ପାର୍ଶ୍ୱ ଜଙ୍ଗଲରେ ଦୀର୍ଘଦିନ ଧରି ଦନ୍ତାଟି ବାଟବଣା ହୋଇ ଉପତ୍ାତ ଚଳାଇଛି ା ଦିନ ତମାମ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟା ହେଲେ ଗାଁ ଗଣ୍ଡାରେ ପଶି ଚାଷୀଙ୍କ ଧାନ କଳେଇକୁ ଖାଇବା ସହ ନଷ୍ଟ କରୁଛି ା ଅଗାଶୋଳ ଗ୍ରାମର ଚାଷୀ ମଗା ସିଂ, ପାଗଲା ସିଂ, ମୋହନ ସିଂ, ଦିବାକର ମାରାଣ୍ଡିଙ୍କ ଧାନ ଗଦାରୁ ଧାନ ଖାଇବା ସହ ଗଚ୍ଛିତ ଥିବା ଧାନକୁ ନଷ୍ଟ କରିଛି ା ସେହିପରି ବାଢା ସରେନଙ୍କ ବାଡିରେ ପଶି ସମସ୍ତ ପନିପରିବା ମାଡିଦଳି ନଷ୍ଟ କରିଛି ା ହାତୀର ଉପତ୍ାତକୁ ନେଇ ଆଖପାଖ ୧୦/୧୨ଖଣ୍ଡ ଗ୍ରାମର ଲୋକମାନେ ସନ୍ଧ୍ୟା ପରେ ଘରୁ ବାହାରକୁ ବାହାରିବାକୁ ସୁରକ୍ଷିତ ମଣୁ ନାହାନ୍ତି ା ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି। ତେବେ ଦୀର୍ଘ ଦିନ ଧରି ଖାଦ୍ୟ ଅନ୍ବେଷଣରେ ଆସିଥିବା ଦନ୍ତାହାତୀକୁ ଘଉଡାଇବା ପାଇଁ ଚେଷ୍ଟା କରା ନ ଗଲେ ଆଗାମୀ ଦିନରେ ଅଞ୍ଚଳବାସୀ ଆନ୍ଦୋଳନାମତ୍କ ପନ୍ଥା ଅବଲମ୍ବନ କରିବେ ବୋଲି ଲାଲ ମୋହନ ମହାନ୍ତ, ପରଭା ନାଏକ, ବିଜୟ ମହାନ୍ତ, ତ୍ରିଲୋଚନ ମହାନ୍ତ, ବଗଲା ମାଝୀ, ଉଚ୍ଛବ ନାଏକ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଓ ଜାତୀୟ ସ୍ତରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

ବ୍ରହ୍ମପୁର, ୧୯।୭ (ଅଶୋକ ସାହୁ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କାର୍ଯ୍ୟକ୍ରମ ସଂଯୋଜକ, ଆସିଷ୍ଟାଣ୍ଟ ପ୍ରଫେସର ଡ. ଜୟନ୍ତ କୁମାର ପଣ୍ଡାଙ୍କୁ ରବିବାର ବିଦାୟକାଳୀନ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ରାସ୍ତା ଉପରେ ଆଣ୍ଠୁଏ ପାଣି, ବହୁବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ, ମରାମତି ଦାବି କରି…

କେସିଙ୍ଗା,୧୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ଖଜୁରପଡ଼ାଠାରୁ କିକିଆ ୩କିମି ରାସ୍ତା ଶୋଚନୀୟ ଅବସ୍ଥାରେ ଦୀର୍ଘ ୧୫…

ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…

ସିର୍ଜାପାଲିରେ ଶ୍ରୀ ଜଗନ୍ନାଥଙ୍କ ବରାହ ବେଶ ଦର୍ଶନ

କେସିଙ୍ଗା, ୧୯।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିର୍ଜାପାଲି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପାରମ୍ପରିକ ବରାହ ବେଶରେ…

ଖୋଲୁନି ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏଗ୍ରୋ ମଲ୍ : ନିର୍ମାଣ ଶେଷକୁ ବର୍ଷେ ବିତିଲାଣି,ତଥାପି….

ଦାରିଙ୍ଗବାଡି, ୧୯।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବସ୍‌ଷ୍ଟାଣ୍ଡ ନିକଟରେ ନବନିର୍ମିତ କୃଷି ବଜାର (ଏଗ୍ରୋ ମଲ୍) ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ଆଶା କରି…

ଜାରି ହୋଇଥିଲା ଜାମିନବିହୀନ ଗିରଫ ପରୱାନା: ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ

ଦିଗପହଣ୍ଡି, ୧୯।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧର୍ମରାୟପୁର ଗ୍ରାମର ରମେଶ ଚନ୍ଦ୍ର ଜେନାଙ୍କୁ ପାଟପୁର ପୋଲିସ କୋର୍ଟଙ୍କ ଜାରି କରାଯାଇଥିବା ୱାରେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri