ଦନ୍ତା ଉପଦ୍ରବ ନେଇ ଡିହଡୋଳ ରେଞ୍ଜରେ ଆତଙ୍କ:ଯୁବକଙ୍କୁ ଘୋଷାଡ଼ି ଦଳିଦେଲା

ପରଜଙ୍ଗ,୨୦।୮(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ େଅଧୀନ ଡମୋଳ ଶନି ମନ୍ଦିର ନିକଟରେ ସୋମବାର ଏକ ଦନ୍ତା ହାତୀ ଆକ୍ରମଣରେ ଡମୋଳ ଗ୍ରାମର ଶାନ୍ତନୁ ସାମଲ (୨୬)ଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସେମାନେ ହାତୀସ୍କ୍ବାଡ୍‌କୁ ଅଟକ ରଖିବା ସହ ବନ ବିଭାଗ ଗାଡ଼ି ଭଙ୍ଗାରୁଜା କରିଥିବା ସୂଚନା ମିଳିଛି।
ଘଟଣାରୁ ପ୍ରକାଶ, ଶାନ୍ତନୁ ସନ୍ଧ୍ୟାରେ ସାଙ୍ଗମାନଙ୍କ ସହ ଶନିଶ୍ଚର ମନ୍ଦିର ନିକଟରେ ବସିଥିଲେ। ଏହି ସମୟରେ ଉକ୍ତ ଦନ୍ତା ହାତୀ ନିକଟସ୍ଥ ଜଙ୍ଗଲରୁ ବାହାରିଆସି ସେମାନଙ୍କୁ ଆକ୍ରମଣ କରିଥିଲା। ଅନ୍ୟମାନେ ଦୌଡି ପଳାଇ ଯାଇଥିବାବେଳେ ଶାନ୍ତନୁ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଧରି ପ୍ରାୟ ଶହେ ମିଟର ଘୋଷାଡ଼ି ନେଇ ଦଳି ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ପ୍ରାୟ ୧୫ ମିନିଟ ଧରି ଦନ୍ତାଟି ସେଠାରେ ଛିଡ଼ା ହୋଇରହିଥିଲା। ଖବରପାଇ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ହାତୀ ସ୍କ୍ବାଡକୁ ସେଠାକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବନ ବିଭାଗ ଗାଡ଼ି ସହିତ ୬ ଜଣ କର୍ମଚାରୀ ସେଠାରେ ପହଞ୍ଚିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଯାଇଥିଲା। ହାତୀଟି ସପ୍ତାହେ ଧରି ଗାଁ ଭିତରେ ପଶି କମର, ଲୋଧଣି, କନ୍ଦରସିଂହା, ମଝିକା, ଜଟିଆ, ସରାଙ୍ଗ ଅଞ୍ଚଳରେ ପ୍ରାୟ ୩୦ ପରିବାରଙ୍କ ଘର ଭାଙ୍ଗି ତାଣ୍ଡବ ରଚାଇବା ସହ ଏ ପର୍ଯ୍ୟନ୍ତ ୧୦ରୁ ଊର୍ଦ୍ଧ୍ୱଙ୍କ ଜୀବନ ନେଇସାରିଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଛି। ତୁରନ୍ତ କ୍ଷତିପୂରଣ ସହିତ ଦନ୍ତାକୁ ଟ୍ରାଙ୍କୁଲାଇଜ କରି ଅନ୍ୟତ୍ର ପଠାଯିବାକୁ ଦାବି କରି ଗ୍ରାମବାସୀ ହାତୀସ୍କ୍ବାଡ୍‌କୁ ଅଟକ ରଖିଛନ୍ତି। ଏଥିସହ ବିଭାଗର ଏକ ଗାଡି କାଚ ଓ କର୍ମଚାରୀଙ୍କ ମୋବଇଲ ମଧ୍ୟ ଭାଙ୍ଗି ଦେଇଥିବା ଜଣାପଡିଛି। କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ମୃତଦେହ ଛଡାଯିବ ନାହିଁ ବୋଲି ଅଞ୍ଚଳବାସୀ ଜିଦ୍‌ ଧରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ କରିଛନ୍ତି, ଡିହାଡୋଳ ସେକ୍ସନରେ ଥିବା ବନ କର୍ମଚାରୀ ଓ ହାତୀ ସ୍କ୍ବାଡ୍‌ ଠିକ ଭାବେ ଡ୍ୟୁଟି କରୁ ନାହାନ୍ତି। ତେଣୁ ତୁରନ୍ତ ଫରେଷ୍ଟର ରାମଚନ୍ଦ୍ର ରାଉତ, ଗାର୍ଡ କ୍ରିଷ୍ଣାପ୍ରିୟା ସାହୁଙ୍କୁ ଅନ୍ୟତ୍ର ବଦଳି କରିବା ପାଇଁ ଦାବି କରିଛନ୍ତି। ଖବରଲେଖା ହେବା ସୁଦ୍ଧା କୌଣସି ସମାଧାନ ବାହାରିପାରିନାହିଁ। ଏ ନେଇ ରେଞ୍ଜର ହରମୋହନ ନାୟକ କୁହନ୍ତି, ଘଟଣାସ୍ଥଳରେ ହାତୀସ୍କ୍ବାଡ ପହଞ୍ଚିଥିବାବେଳେ ସେଠାରେ ଉତ୍ତେଜନା ଦେଖାଦେଇଛି। ବୁଝାଶୁଝା ପାଇଁ ଉଦ୍ୟମ ଜାରିରହିଛି। ପରଜଙ୍ଗ ଥାନା ଅଧିକାରୀ ଆନନ୍ଦ ଡୁଙ୍ଗୁଡୁଙ୍ଗୁ, ଏଏସ୍‌ଆଇ ସରୋଜ କୁମାର ସେଠୀ, ରେଞ୍ଜର ହରମୋହନ ନାୟକ, ଫରେଷ୍ଟର ରାମଚନ୍ଦ୍ର ରାଉତ ପ୍ରମୁଖ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri