ଦମାପଲା ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌, କବିତା ପାଠୋତ୍ସବ

ଖଡିଆଳ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ଖଡିଆଳ ବ୍ଲକ ଚିନ୍ଦାଗୁଡା ପଞ୍ଚାୟତ ଦମାପଲା କ୍ଲବ ଗୃହରେ ନୂଆଁଖାଇ ଭେଟ୍‌ଘାଟ୍‌ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଥାନାଧିକାରୀ ନନ୍ଦକିଶୋର ପ୍ରଧାନୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ବିଶିଷ୍ଟ ସଙ୍ଗୀତଜ୍ଞ ନନ୍ଦଲାଲ ବାରିକ, ଶିକ୍ଷାବିତ ତଥା କବି ଲବଣେଶ୍ୱର ବାରିକ ଯୋଗଦେଇଥିଲେ। ମୁଖ୍ୟବକ୍ତା ଭାବେ ସାହିତ୍ୟକ ମାୟାଧର ସରାଫ ଓ କବି ତଥା ଶିକ୍ଷାବିତ ଗୌରାଙ୍ଗ କୁମାର ସାହୁ ସଂଯୋଜନା କରିଥିଲେ। ଗୃହଣୀ ମାଲତା ତାଣ୍ଡି ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତାମାନେ ନୂଆଁଖାଇ ପର୍ବର ବିଶେଷତା ଏବଂ ନୂଆଁଖାଇ ପର୍ବ ଗୋଟିଏ କୃଷି ଭିତ୍ତିକ ପର୍ବ ଓ ଭାଇଚାରାର ପର୍ବ ବୋଲି ଉଲ୍ଲେଖ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟର ଅଧ୍ୟାପକ ସାମୁଏଲ ଦାନୀ, ଶିକ୍ଷାବିତ ଦେବବ୍ରତ ବିଶି, କବି ଲବଣେଶ୍ୱର ବାରିକ ଯୋଗଦାନ କରିଥିଲେ । କବିତା ପାଠୋତ୍ସବରେ କବି ଶରତ ଚନ୍ଦ୍ର ବାରିକ, ଚର୍ତୁଭୁଜ ସିଂହଦେଓ, ଡ. ସୁଶାସ୍ତ କୁମାର ବିଶି, ଆକାଶ କୁମାର ସାହୁ, ଶିରୀଶଙ୍କର ବାରିକ, ନୃପରାଜ ତାଣ୍ଡି, ଉପେନ୍ଦ୍ର କୁମାର ପାଣିଗ୍ରାହୀ ପ୍ରମୁଖ ନୂଆଁଖାଇ ଉପରେ କବିତା ପାଠୋତ୍ସବ କରିଥିଲେ। କାର୍ଯ୍ୟକ୍ରମରେ ଅଧ୍ୟାପକ ବିଜୟ କୁମାର ବାରିକ, ରୁଦ୍ରମାଧବ ବାରିକ, ହିମାଂଶୁ ପୋଢ଼, ଅଶ୍ୱିନୀ ପ୍ରଧାନୀ, ତ୍ରିଲୋଚନ ବିଶି, ପରେଶ କୁମାର ବାରିକ, ଆଶୁତୋଷ ବାରିକ, କ୍ଷୀରୋଦୀନି ବାରିକ, କୈଳାଶ ବାଗ, ମଥୁରା ତାଣ୍ଡି, ଠାକୁର ବିଶି, ହୃଦାନନ୍ଦ ଦଳପତି ପ୍ରମୁଖ ଉପସ୍ଥିତ ଥିଲେ। କବି ଶିରିଶଙ୍କର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri