ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୩ମାସ ଅଧିକ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
୨୦୧୧ ସେପ୍ଟେମ୍ବର ୨୧ ତାରିଖରେ ଏକ ଗଛ ହଣାକୁ କେନ୍ଦ୍ର କରି ଔପଦା ଥାନା ଚଁପୁର ଗ୍ରାମର ସୁକାନ୍ତି ନାୟକ ଓ ଝିଅ ଜ୍ୟୋତ୍ସାରାଣୀ ନାୟକ ତାଙ୍କ ସମ୍ପର୍କୀୟ ମନୋରଞ୍ଜନ ନାୟକ ଓ ସ୍ତ୍ରୀ ହେମଲତାଙ୍କୁ ଠେଙ୍ଗା ଓ କାଠ ଫାଳିଆରେ ଆକ୍ରମଣ କରି ଗୁରୁତର କରିଥିଲେ। ମନୋରଞ୍ଜନଙ୍କ ଅଭିଯୋଗକୁ ଭିତ୍ତି କରି ଔପଦା ଥାନାରେ ଏକ ମାମଲା (ନଂ. ୩୬/୧୧) ରୁଜୁ ହୋଇ ଅଭିଯୁକ୍ତଙ୍କ ବିରୋଧରେ ଧାରା ୩୪୧, ୩୨୩, ୨୯୪, ୫୦୬, ୩୦୭/୩୪ ଦଫାରେ ମାମଲା ରୁଜୁ ହୋଇଥିଲା। ନୀଳଗିରି ସହକାରୀ ଦୌରାଜଜ୍‌ ମିଶ୍ର ୧୨ଜଣ ସାକ୍ଷୀଙ୍କର ବୟାନ ଏବଂ ସମସ୍ତ କାଗଜପତ୍ରକୁ ଭିତ୍ତି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମକଦ୍ଦମାକୁ ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ଅମରେନ୍ଦ୍ର ପଟ୍ଟନାୟକ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri