ଦମ୍ପତିଙ୍କ ଦ୍ୱାରା ୧୦ ଲକ୍ଷ ଟଙ୍କା ଠକେଇ, ଥାନାରେ ଏତଲା

ଦିଗପହଣ୍ଡି,୧୮ା୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ଦଳିତ ସାହିର ବହୁ ସଂଖ୍ୟକ ମହିଳାଙ୍କ ଠାରୁ ପ୍ରାୟ ୧୦ ଲକ୍ଷଟଙ୍କା ଠକେଇ ନେଇ ଥାନାରେ ଅଭିଯୋଗ ହୋଇଛି। ସାହିରେ ରହୁଥିବା ଜଣେ ଗୋରୁ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀ ବିଭିନ୍ନ ଉପାୟରେ ମହିଳାମାନଙ୍କୁ ପ୍ରଲୋଭିତ କରି ଟଙ୍କା ଠକି ନେବାପରେ ଗତ କିଛିଦିନ ହେଲା ଗ୍ରାମରୁ ଫେରାର ହୋଇଯାଇଛନ୍ତି। ଏନେଇ ଗ୍ରାମର ବହୁ ସଂଖ୍ୟକ ମହିଳା ଦିଗପହଣ୍ଡି ଥାନାରେ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀଙ୍କ ନଁାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି। କେତେକ ନିର୍ଦ୍ଦିଷ୍ଟ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ କରାଇଦେବାର ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ବ୍ୟାଙ୍କକୁ ଡାକିନେଇ ବିଭିନ୍ନ ପର୍ଯ୍ୟାୟରେ କୌଶଳ କରି ମହିଳାମାନଙ୍କଠାରୁ ଏଭଳି ଠକେଇ କରାଯାଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସୂଚନା ପାଇଛି। ନିୟମିତ ବ୍ୟବଧାନରେ ଘରୋଇ ଅର୍ଥ ଲଗାଣ ସଂସ୍ଥାର କର୍ମଚାରୀମାନେ ଋଣ ଆଦାୟ ପାଇଁ ଗାଁ କୁ ଆସୁଥିବାବେଳେ ଠକେଇର ଶିକାର ହୋଇଥିବା ମହିଳାମାନେ ଋଣ ପରିଶୋଧ କରି ନ ପାରି ସେମାନଙ୍କୁ ଲୁଚୁଥିବା ଜାଣିବାକୁ ମିଳିଛି। ଏପରିକି କିଛି ମହିଳା ସେମାନଙ୍କ ସ୍ବାମୀମାନଙ୍କୁ ନ ଜଣାଇ ଋଣ ଟଙ୍କା ଆଣି ଏବେ ଠକେଇର ଶିକାର ହୋଇଥିବାରୁ ଘରେ ଘରେ ଅଶାନ୍ତି ଲାଗିରହିଛି। ମହିଳାମାନଙ୍କ ସରଳତାର ସୁଯୋଗ ନେଇ ଠକ ଦମ୍ପତି ଗାଁରୁ ଚମ୍ପଟ ମାରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri