ଦମ୍ପତି ନିଖୋଜ, ହତ୍ୟା ସନ୍ଦେହ

କପ୍ତିପଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ ହେଲେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ସିଂ। ଏ ନେଇ ତାଙ୍କ ଝିଅଙ୍କ ଅଭିଯୋଗ କ୍ରମେ ଥାନାରେ ମାମଲା(ନଂ.୧୨୯/୧୯) ରୁଜୁ ହୋଇ ତଦନ୍ତ ଜାରି ରହିଛି। ଉକ୍ତ ଦମ୍ପତି ପଞ୍ଚାୟତର ଛତ୍ରାଆମ୍ବଠାରେ ହୋଇଥିବା ଫୁଟ୍‌ବଲ ଖେଳ ଦେଖିବାକୁ ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ସେମାନେ ଘରକୁ ନ ଫେରିବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ସୋମବାର ସକାଳେ ତାଙ୍କ ଘରଠାରୁ ଅନତି ଦୂର ଏକ ବିଲରେ ସୀତାରାମଙ୍କ ଚପଲ, ଲୁଗା ଓ ରକ୍ତଛିଟା ପଡ଼ିଥିବା ଦେଖାଯାଇଥିଲା। ସେହିପରି ପାଖାପାଖି ସ୍ଥାନରେ ଲେତଙ୍କ ଚୁଡ଼ି ଓ ରକ୍ତଛିଟା ମଧ୍ୟ ପଡ଼ିଥିଲା। ଫଳରେ ପରିବାର ଲୋକ ଏ ସଂକ୍ରାନ୍ତରେ କପ୍ତିପଦା ପୋଲିସକୁ ଜଣାଇଥିଲେ। ପୋଲିସ ସାଇଣ୍ଟଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ନମୁନା ସଂଗ୍ରହ କରିଛନ୍ତି। ଉଭୟଙ୍କର ପତ୍ତା ମିଳି ନ ଥିବାବେଳେ ସନ୍ଧାନୀ କୁକୁର ସୋନ ଡ୍ୟାମ୍‌ ପର୍ଯ୍ୟନ୍ତ ଯାଇ ସେଠାରେ ଅଟକିଥିଲା। ଦମକଳବାହନୀ ମଧ୍ୟ ଖୋଜାଖୋଜିରେ ସାମିଲ ହୋଇଛି। ଉଭୟଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ସନ୍ଦେହ କରୁଥିବା ବେଳେ ପୋଲିସ ତଦନ୍ତ ଚଳାଇଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri