ଦମ୍ପତି ଯାଆଁଳା ପିଲାଙ୍କ ନାଁ ରଖିଲେ କରୋନା, କୋଭିଡ୍‌

ରାୟପୁର,୩ା୪: ଏକ ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କ ନାମ ରଖିଛନ୍ତି କରୋନା ଏବଂ କୋଭିଡ୍‌। କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଯଦି କେହି ଏପରି ନାମକରଣ କରନ୍ତି ତେବେ ନିଶ୍ଚିତ ଭାବରେ ଆଶ୍ଚର୍ଯ୍ୟ ଲାଗିବ। କିନ୍ତୁ ଛତିଶଗଡ଼ର ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କର ଏହି ନାମ ଦେଇଛନ୍ତି। ରାୟପୁରର ପୁରୁଣା ବାସିନ୍ଦା ବିନୟ ବର୍ମା, ପ୍ରୀତିଙ୍କର ଯାଆଁଳା ପୁଅ ଏବଂ ଝିଅ ହୋଇଛି। ପୁଅର ନାଁ କୋଭିଡ୍‌ ଏବଂ ଝିଅର ନାମ କରୋନା ରଖିଛନ୍ତି।
ଏକ ସପ୍ତାହ ପୂର୍ବରୁ ରାୟପୁର ମେଡିକାଲ କଲେଜ ହସ୍ପିଟାଲରେ ପ୍ରୀତି ଏହି ଯାଆଁଳା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଦୁଇଦିନ ତଳେ ସେମାନଙ୍କର ଏପରି ନାମକରଣ କରିଥିଲେ। ପ୍ରୀତି କହିଛନ୍ତି,ଏଭଳି ପରିସ୍ଥିତିରେ ଲୋକଙ୍କ ମଧ୍ୟରେ କରୋନା ଭୟ ଦୂର କରିବା ସେ ଏପରି ନାମ ରଖିଛନ୍ତି। ଏହି ନାମ ରଖିବା ପରେ ଅଧିକାଂଶ ୟୁଜର ସୋସିଆଲ ମିଡିଆରେ ସେମାନଙ୍କୁ ପ୍ରଶଂସା କରୁଥିବା ବେଳେ ଆଉ କିଛି ୟୁଜର ଏପରି ନାମକରଣକୁ ପସନ୍ଦ କରିନାହାନ୍ତି।
ଡାକ୍ତରଙ୍କ ଅନୁଯାୟୀ, ମା’ ଏବଂ ପିଲାମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଜଣେ ଶିଶୁର ଓଜନ ୨.୯ କିଲୋଗ୍ରାମ ଏବଂ ଅନ୍ୟ ଜଣକଙ୍କ ଓଜନ ୨.୭ କିଲୋଗ୍ରାମ ରହିଛି। ଡାକ୍ତର ଭୀମା ରାଓ ଆମ୍ବେଦକର ମେମୋରିଆଲ ହସ୍ପିଟାଲର ଡାକ୍ତରମାନେ ଏହି ଅପରେଶନ କରି ଉଭୟ ଶିଶୁଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri