ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ବୌଦ୍ଧ,୨୨।୧୧(ସ୍ବ.ପ୍ର.): ସମଗ୍ର ଦେଶରେ ଦୁର୍ବଳ ଅର୍ଥନୀତି ଓ ଦରବୃଦ୍ଧି ପ୍ରତିବାଦରେ ବୌଦ୍ଧ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। କଣ୍ଟାମାଳର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ମଧ୍ୟାହ୍ନ ୧୨ଟାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ଏହି ବିକ୍ଷୋଭରେ ବରିଷ୍ଠ କଂଗ୍ରେସ ନେତା ନାରାୟଣ ପରିଡ଼ା, ସୁଧୀର କର୍ଣ୍ଣଙ୍କ ସମେତ ବହୁ ଦଳୀୟ କର୍ମୀ ସାମିଲ ଥିଲେ।