ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ ଉପଦେଷ୍ଟା ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅବଗତ କରାଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଦାୟିତ୍ୱକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବା ସେମାନଙ୍କ ପ୍ରାଥମିକ ଉଦ୍ଦେଶ୍ୟ ବୋଲି ଉପଦେଷ୍ଟାମାନେ କହିଛନ୍ତି। ଉପଦେଷ୍ଟାମାନଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ପ୍ରଶାସନିକ ତଥା ଅନ୍ୟାନ୍ୟ ମହଲରେ ସ୍ବାଗତ କରାଯାଇଛି।
ରାଜ୍ୟ ସରକାର କେତେକ ଉପଦେଷ୍ଟାଙ୍କୁ ରାଷ୍ଟ୍ରମନ୍ତ୍ରୀ, ପ୍ରମୁଖ ଶାସନ ସଚିବ ଏବଂ ମୁଖ୍ୟ ଶାସନ ସଚିବ ଭଳି ପାହ୍ୟା ପ୍ରଦାନ କରିଛନ୍ତି। ରାଜ୍ୟରେ ପ୍ରଚଳିତ ହେଉଥିବା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ସମ୍ପର୍କିତ ମତାମତ (ଫିଡ୍‌ବ୍ୟାକ୍‌)ସଂଗ୍ରହ କରିବା ଉପଦେଷ୍ଟାମାନଙ୍କ ପ୍ରମୁଖ ଦାୟିତ୍ୱ। ସେହିଭଳି ବିଭିନ୍ନ ବିଭାଗ ପାଇଁ ତୃଣମୂଳରୁ ସଂଗୃହୀତ ହେଉଥିବା ମତାମତ ସଂପୃକ୍ତ ମନ୍ତ୍ରୀଙ୍କ ଜରିଆରେ ରାଜ୍ୟ ପ୍ରଶାସନକୁ ଅବଗତ କରାଯିବ। ଆବଶ୍ୟକ ହେଲେ ପରାମର୍ଶ ଅନୁଯାୟୀ ଯୋଜନାରେ ପରିବର୍ତ୍ତନ ଅଣାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri