ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ୍‌ କରିଥିଲା। ୧୭୬ ରନ୍‌ର ଟାର୍ଗେଟ୍‌କୁ ପିଛାକରି ଦକ୍ଷିଣ ଆଫ୍ରିକା ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୭୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତେବେ ମ୍ୟାଚ୍‌ରେ ଏକ ଅଘଟଣା ଘଟିଥିଲା।

ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଖେଳାଳିମାନେ ଅଭ୍ୟାସ କରୁଥିଲେ । କୃକ ଟାଓ୍ବାର୍‌ ପାର୍ଶ୍ୱ ବାଉଣ୍ଡାରୀ ପାଖରେ ଭାରତୀୟ ଅଲରାଉଣ୍ଡର ପାଣ୍ଡ୍ୟା ବ୍ୟାଟିଂ ଅଭ୍ୟାସ କରୁଥିଲେ। ନେଟ୍ସକୁ ପୁଲ ସଟ ଖେଳୁଥିବା ବେଳେ ହଠାତ୍‌ ତାଙ୍କର ଏକ ସଟ ଜାଲ ଟପି ବିସିସିଆଇ ବକ୍ସରେ ବସିଥିବା ଜଣେ ଦର୍ଶକଙ୍କ ମୁହଁରେ ବାଜିଥିଲା । ଏହାପରେ ତୁରନ୍ତ ପାଣ୍ଡ୍ୟା ଅଭ୍ୟାସ ବନ୍ଦ ବନ୍ଦ କରି ପ୍ରଶଂସକଙ୍କ ପାଖକୁ ଦୌଡ଼ି ଆସିଥିଲେ। ସେ ଠିକ ଅଛତି କି ନାହିଁ ପଚାରି ବୁଝିଥିଲେ। ପରେ ଉକ୍ତ ଆହତ ପ୍ରଶଂସକଙ୍କୁ ଚିକିତ୍ସା ପାଇଁ ନିଆଯାଇଥିଲା।

ଭାରତ ବିଜୟର ମୁଖ୍ୟ ନାୟକ ଥିଲେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଆହତରୁ ଫେରି ସେ ମାତ୍ର ୨୮ ବଲରେ ୫୯ ରନର ବିସ୍ଫୋରକ ଇନିଂସ ଖେଳି ଦଳକୁ ୧୭୫ ରନରେ ପହଞ୍ଚାଇଥିଲେ ଏବଂ ପରେ ଗୁରୁତ୍ୱପୂର୍ଣ୍ଣ ଡେଭିଡ ମିଲରଙ୍କ ଉଇକେଟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri