Posted inଖେଳ

ଦର୍ଶକଙ୍କ ପ୍ରତ୍ୟାବର୍ତ୍ତନ: ସୁପର ରଗ୍‌ବୀ ମ୍ୟାଚ୍‌ ଦେଖିବେ ୩୫ ହଜାର

ଓ୍ବେଲିଂଟନ,୯।୬(ଏପି) : କୋଭିଡ୍‌-୧୯ ମହାମାରୀ ଉପରେ ନ୍ୟୁଜିଲାଣ୍ଡ ବିଜୟ ହାସଲ କରିଛି। ଫଳରେ ଦେଶରେ କ୍ରୀଡ଼ା ଇଭେଣ୍ଟଗୁଡିକ ଆୟୋଜନ ପାଇଁ ପଥ ପରିଷ୍କାର ହୋଇଛି। ମହାମାରୀ ପାଇଁ ଏହି ସୁପର ରଗ୍‌ବୀ ଟୁର୍ନାମେଣ୍ଟକୁ ସସ୍‌ପେଣ୍ଡ କରାଯାଇଥିଲା। ଏବେ ଏହା ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ଶନିବାର ଆୟୋଜନ ହେବାକୁ ଥିବା ଚିଫ୍ସ ବିପକ୍ଷ ସୁପର ରଗ୍‌ବୀ ଆଓଟିରୋଆ ମ୍ୟାଚ୍‌ରେ ୨୦,୦୦୦ ଦର୍ଶକ ଉପସ୍ଥିତ ରହିବେ ବୋଲି ଡୁନେଡିନ୍‌ ପର୍ଯ୍ୟବସିତ ହାଇଲାଣ୍ଡର୍ସ ଦଳ ଆଶା କରୁଛି। ମହାମାରୀ ପରେ ପ୍ରଥମଥର ପାଇଁ ଷ୍ଟାଡିୟମରେ ଦର୍ଶକଙ୍କ ସାମ୍ନାରେ ରଗ୍‌ବୀ ମ୍ୟାଚ୍‌ ଆୟୋଜନ ହେବାକୁ ଯାଉଛି।
କରୋନା ଭାଇରସ୍‌ ସଂକ୍ରମଣ ପରେ ସୁପର ରଗ୍‌ବୀ ଆଓଟିରୋଆ ବିଶ୍ୱର ପ୍ରଥମ ମେଜର କ୍ରୀଡ଼ା ଇଭେଣ୍ଟ ଭାବେ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ପୁଣି ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟା ନେଇ କୌଣସି ସୀମା ମଧ୍ୟ ଧାର୍ଯ୍ୟ କରାଯାଇନାହିଁ। ସେହିପରି ରବିବାର ଆୟୋଜନ ହେବାକୁ ଥିବା ଓ୍ବେଲିଂଟନ ସହର ପର୍ଯ୍ୟବସିତ ହରିକେନ୍ସ ବିପକ୍ଷ ମ୍ୟାଚ୍‌ରେ ୩୫,୦୦୦ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ରହିହେବ ବୋଲି ଅକ୍‌ଲାଣ୍ଡ ପର୍ଯ୍ୟବସିତ ବ୍ଲ୍ୟୁଜ୍‌ ଆଶା କରୁଛି। ଏହି ଟୁର୍ନାମେଣ୍ଟରେ ନ୍ୟୁଜିଲାଣ୍ଡର ସବୁ ଦଳ ଅଂଶଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି।

ନ୍ୟୁଜିଲାଣ୍ଡରେ ଗତ ୧୮ ଦିନ ମଧ୍ୟରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ଫଳରେ ସରକାର ସବୁ ପ୍ରକାର ନିର୍ଦ୍ଦେଶନାମା ଓ କଟକଣାକୁ ଉଠାଇ ଦେଇଛନ୍ତି ଏବଂ ପୂର୍ଣ୍ଣ ଷ୍ଟାଡିୟମରେ କ୍ରୀଡ଼ା ଆୟୋଜନ କରିବାକୁ ଅନୁମତି ପ୍ରଦାନ କରିଛନ୍ତି। କଟକଣା ଉଠାଇବାର ୨୪ ଘଣ୍ଟ ମଧ୍ୟରେ ରବିବାର ପାଇଁ ୨୦,୦୦୦ ଟିକେଟ ବିକ୍ରି ହୋଇଛି ବୋଲି ବ୍ଲ୍ୟୁ ଚିଫ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଣ୍ଡ୍ର୍ୟୁ ହୋର କହିଛନ୍ତି। ମ୍ୟାଚ୍‌ ବେଳକୁ ୩୫,୦୦୦ ଟିକେଟ ବିକ୍ରି ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଅନ୍ୟ ମ୍ୟାଚ୍‌ଗୁଡିକ ପାଇଁ ଟିକେଟ ବିକ୍ରି ଚାଲିଛି ଓ ଲୋକେ ମ୍ୟାଚ୍‌ ଦେଖିବାକୁ ବେଶ୍‌ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri