ଦର୍ଶକ ଦେଖିବେ ମଥୁରାର ମୟୂରୀ ନୃତ୍ୟ

ଅନୁଗୋଳ ଅଫିସ୍‌, ୬।୨ – ଆସନ୍ତା ୭ ତାରିଖରେ ଅନୁଗୋଳ ଷ୍ଟାଡିୟମରେ ଆରମ୍ଭ ହେବ ଅଷ୍ଟମ ଅନୁଗୋଳ ଜିଲା ମହୋତ୍ସବ। ତିନି ଦିନ ଧରି ହେବାକୁ ଥିବା ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରି କି ଅତିଥି ତାଲିକା ମଧ୍ୟ ଚୂଡ଼ାନ୍ତ ହୋଇଥିବା ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ବୁଧବାର ସର୍କିଟ ହାଉସଠାରେ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ଅନୁଗୋଳବାସୀ ପ୍ରଥମ ଥର ପାଇଁ ମଥୁରାର ମୟୂରୀ ନୃତ୍ୟ ଦେଖିବା ସହ ଏହାର ମଜା ମଧ୍ୟ ଉଠାଇବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମହୋତ୍ସବ ଅବସରରେ ଓରମାସ୍‌ ପକ୍ଷରୁ ପଲ୍ଲିଶ୍ରୀ ମେଳା ମଧ୍ୟ ଆୟୋଜିତ ହେବ। ଏହା ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମହୋତ୍ସବ ଉଦ୍‌ଘାଟନୀ ସନ୍ଧ୍ୟାରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜିଲାର ବିଧାୟକମାନେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ଦ୍ୱିତୀୟ ସନ୍ଧ୍ୟାରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେବେ। ଉଦ୍‌ଯାପନୀ ଉତ୍ସବରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶାର ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି, ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଓ ବିଧାୟକମାନେ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବେ। ପ୍ରତ୍ୟେକ ସନ୍ଧ୍ୟାରେ ଆୟୋଜିତ ହେବାକୁ ଥିବା ସଭାରେ ଜିଲାପାଳ ମନୋଜ କୁମାର ମହାନ୍ତି ସଭାପତିତ୍ୱ କରିବେ। ଉତ୍ସବରେ ଜିଲାର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୫ ଜଣ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଜିଲାର ଐତିହ୍ୟ, ସଂସ୍କୃତି, ପର୍ଯ୍ୟଟନ, ପ୍ରଗତି ଓ ସାମାଜିକ ପ୍ରେକ୍ଷାପଟରେ ପ୍ରସ୍ତୁତ ସ୍ମରଣିକା ଉନ୍ମୋଚନ କରାଯିବ। ଚଳିତବର୍ଷ ସାଂସ୍କୃତିକ ସନ୍ଧ୍ୟାରେ ମଥୁରାର ମୟୂରୀ, ଗଞ୍ଜାମର ପଶୁନୃତ୍ୟ, ଅନୁଗୋଳର ଓଡ଼ିଶୀ ନୃତ୍ୟ-ନୃତ୍ୟ ନିଳୟ, କାକଟପୁରର ଘଟକଳସ, ଆର୍‌ୟନ ନୃତ୍ୟଦଳ, ବଲାଙ୍ଗୀର ନଟରାଜ ନୃତ୍ୟଦଳ ଓ ନବରଙ୍ଗପୁରର ଢେମ୍‌ସା ନୃତ୍ୟ ମୁଖ୍ୟ ଆକର୍ଷଣ ସାଜିବ ବୋଲି ଖବରଦାତା ସମ୍ମିଳନୀରେ ଜିଲାପାଳ କହିଥିଲେ। ୮ଟି ବ୍ଲକ କଳା ସଂସ୍କୃତି ସଂଘ ଓ ୩ଟି ପୌରପରିଷଦ ଓ ବିଜ୍ଞାପିତ ଅଞ୍ଚଳ ଦ୍ୱାରା ଚୟନ ହୋଇଥିବା ଲୋକନୃତ୍ୟ ଦଳଗୁଡ଼ିକ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଓଲିଉଡ କଳାକାରମାନେ ଦର୍ଶକଙ୍କ ମନୋରଞ୍ଜନ କରିବେ। ଜିଲା ମହୋତ୍ସବରେ ବାଲୁକା କଳା ଓ ଚିତ୍ରକଳା ପ୍ରଦର୍ଶନୀ, ସାହିତ୍ୟ ସମ୍ମିଳନୀ ଓ କବିତା ପାଠୋତ୍ସବ, ଯୋଗ ଓ ପ୍ରାଣାୟାମ ଆଦି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ପଲ୍ଲିଶ୍ରୀ ମେଳାରେ ୮୦ଟି ଷ୍ଟଲ୍‌ କରାଯିବ। ଜିଲା ସଂସ୍କୃତି ପରିଷଦ ପକ୍ଷରୁ ୫୦ଟି ଷ୍ଟଲ କରାଯାଇ ଏଥିରେ ବିଭିନ୍ନ ବିଭାଗ ତଥା ଅଗ୍ରଣୀ ଉଦ୍ୟୋଗଗୁଡ଼ିକ ଅଂଶ ଗ୍ରହଣ କରିବେ। ମେଳା ସ୍ଥଳରେ ଖାଦ୍ୟ ଷ୍ଟଲର ବ୍ୟବସ୍ଥା କରାଯାଇଛି। ଏହି ଉତ୍ସବକୁ ଶୃଙ୍ଖଳାର ସହିତ ପରିଚାଳନା କରିବାକୁ ଆରକ୍ଷୀ, ସ୍ବାସ୍ଥ୍ୟ, ଅଗ୍ନିଶମ, ବିଦ୍ୟୁତ, ଜଳଯୋଗାଣ ଓ ପୌରପାଳିକା ଆଦି ସମସ୍ତ ବିଭାଗ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ କୁହାଯାଇଛି। ଏହି ଖବରଦାତା ସମ୍ମିଳନୀରେ ପିଡି ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ସଂସ୍କୃତି ଅଧିକାରୀ ଜଗଦୀଶ ରାୟଙ୍କ ସହ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri