ଦଲାଲ ନାମରେ ଗିରଫଦାରିକୁ ଏମ୍‌ଆର୍‌ଙ୍କ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨।୧୦- ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ ୟୁନିୟନ(ଓଏସ୍‌ଆର୍‌ୟୁ) ଡାକରାରେ ଅନୁଗୋଳ ସହରରେ କାର୍ଯ୍ୟ କରୁଥିବା ସମସ୍ତ ମେଡିସିନ ରିପ୍ରେଜେଣ୍ଟେଟିଭ (ଏମ୍‌ଆର) ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହ ସେମାନେ ସ୍ବାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଓଏସ୍‌ଆର୍‌ୟୁ ଅନୁଗୋଳ ଜିଲା ସଭାପତି ରଞ୍ଜନ ନନ୍ଦ ଓ ସମ୍ପାଦକ ସତ୍ୟରଞ୍ଜନ ତ୍ରିପାଠୀ କହିଛନ୍ତି ଯେ, ରାଜ୍ୟର ବିଭିନ୍ନ ସ୍ଥାନରେ ଦଲାଲ ଆଖ୍ୟା ଦେଇ ଏମ୍‌ଆର୍‌ମାନଙ୍କୁ ଉଦ୍ଦେଶ୍ୟପୂର୍ଣ୍ଣ ଭାବେ ଗିରଫ କରାଯାଉଛି। ସେମାନଙ୍କ ବୃତ୍ତିକୁ ବଦନାମ କରାଯିବାର ଷଡ଼ଯନ୍ତ୍ର ଚାଲିଛି। ତେଣୁ ଏପରି ଗିରଫଦାରି ବନ୍ଦ କରିବା ସହ ସରକାରୀ ମେଡିକାଲ ଓ ମେଡିକାଲ କଲେଜଗୁଡ଼ିକରେ ଏମ୍‌ଆର୍‌ମାନଙ୍କୁ ଏକ ଘଣ୍ଟା ପ୍ରଦାନ କରିବାକୁ ଦାବି କରାଯାଇଛି। ସରକାର ଗିରଫଦାରି ବନ୍ଦ ନ କଲେ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରାଯିବ। ଏହି ବିକ୍ଷୋଭରେ ଶତାଧିକ ଏମ୍‌ଆର ଯୋଗଦେଇଥିଲେ। ପରେ ଜିଲାପାଳଙ୍କୁ ଭେଟି ସେମାନେ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri