ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ୍‌, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ତେବେ ଚଳିତ ଖରିଫ ଋତୁ ଧାନ ସଂଗ୍ରହ ପାଇଁ ସରକାରଙ୍କ ପକ୍ଷରୁ ଜିଲାକୁ ୮ ଲକ୍ଷ ୪ ହଜାର କୁଇଣ୍ଟାଲ ଧାନ ସଂଗ୍ରହର ଲକ୍ଷ୍ୟ ଧାର୍ଯ୍ୟ ଥିଲା। ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୯୭ ହଜାର କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି, ଯାହକି ୯୦ ପ୍ରତିଶତ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ମିଲରମାନେ ଧାନ ମହଜୁଦ ରଖିବାକୁ ଆବଶ୍ୟକ ସ୍ଥାନ ନ ଥିବାରୁ ସରକାରଙ୍କୁ ଅତିରିକ୍ତ ଧାର୍ଯ୍ୟ ଲକ୍ଷ୍ୟ ପାଇଁ ପ୍ରସ୍ତାବ ପଠାଯିବ ବୋଲି ଅତିରିକ୍ତ ଜିଲାପାଳ ସୂଚନା ଦେଇଛନ୍ତି। ସେହିପରି ଧାନ ସଂଗ୍ରହ କାର୍ଯ୍ୟରେ ଦଲାଲଙ୍କ ସମ୍ପୃକ୍ତି ଥିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୈଠକରେ କୁହାଯାଇଛି।
ଯେଉଁ ଚାଷୀମାନେ ଟୋକନ୍‌ ପାଇଛନ୍ତି ସେମାନଙ୍କ ଧାନ ବିକ୍ରୟ ପାଇଁ ପଦକ୍ଷେପ ନିଆଯିବ। ଯେଉଁମାନେ ଟୋକନ୍‌ ପାଇନାହାନ୍ତି ସେମାନଙ୍କର ଏକ ତାଲିକା ପ୍ରସ୍ତୁତ କରାଯାଇ ସରକାରଙ୍କ ନିକଟକୁ ପଠାଯିବ। ଯେଉଁ ଚାଷୀ ଟୋକନ ପାଇ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଧାନ ବିକ୍ରି କରି ନାହାନ୍ତି ସେମାନଙ୍କର ଟୋକନକୁ ରଦ୍ଦ କରାଯାଇଛି। ସେମାନଙ୍କ ଧାନ ବିକ୍ରୟ ପାଇଁ ପୁନଃବିଚାର କରିବାକୁ ସରକାରଙ୍କୁ ପ୍ରସ୍ତାବ ପଠାଯିବ ବୋଲି ବୈଠକରେ ଆଲୋଚନା ହୋଇଛି। ଶନିବାରଠାରୁ ପ୍ରତ୍ୟେକ ବ୍ଲକ ପାଇଁ ସ୍କ୍ବାଡ ଗଠନ କରାଯାଇ ଧାନ ସଂଗ୍ରହରେ ସୃଷ୍ଟି ହେଉଥିବା ସମସ୍ୟାର ସମାଧାନକୁ ଅଗ୍ରାଧିକାର ଭିତ୍ତିରେ ସମାଧାନ କରାଯିବ। ଧାନ ସଂଗ୍ରହ କାର୍ଯ୍ୟରେ ଯଦି ଦଲାଲଙ୍କ ସମ୍ପୃକ୍ତି ଥାଏ ତେବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ୨୭ ହଜାର ୫୨୧ ଜଣ ଚାଷୀ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରି ସେମାନଙ୍କ ମଧ୍ୟରୁ ୨୧ ହଜାର ଚାଷୀ ଟୋକନ ପାଇଛନ୍ତି। ଅବଶିଷ୍ଟ ୬ ହଜାର ୫୨୧ ଜଣଙ୍କର କେତେ ଧାନ ବିକ୍ରୟ ପାଇଁ ଅଛି ତାହାର ଫିଜିକାଲ ଭେରିଫିକେଶନ କରାଯାଇ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କ ଧାନ ବିକ୍ରୟ ପାଇଁ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଥିଲେ। ଧାନ ସଂଗ୍ରହ କାର୍ଯ୍ୟକୁ ବ୍ୟବସ୍ଥିତ ଭାବେ ପରିଚାଳନା କରିବା ପାଇଁ ୯୪ଟି ପ୍ରାଥମିକ ସେବା ସମବାୟ ସମିତି ଓ ୬ଟି ମିଲରଙ୍କୁ ନିୟୋଜିତ କରାଯାଇଛି। ବିଭାଗୀୟ ଅଧିକାରୀମାନେ ବିଶେଷ ଯନତ୍ବାନ ହେବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ପରାମର୍ଶ ଦେଇଛନ୍ତି। ଜିଲା ଯୋଗାଣ ଅଧିକାରୀ ଉମାଶଙ୍କର ପତି ଚଳିତ ଖରିଫ ଧାନ ସଂଗ୍ରହର ଅଗ୍ରଗତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ସହକାରୀ ଜିଲା ଯୋଗାଣ ଅଧିକାରୀ ଶ୍ରୀନିବାସ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ସାହୁ, ଆଠମଲ୍ଲିକ ବିଧାୟକଙ୍କ ପ୍ରତିନିଧି କ୍ଷୀରୋଦ ବଘାରଙ୍କ ସମେତ ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ ସେବା ସମବାୟ ସମିତି ଓ ଯୋଗାଣ ବିଭାଗର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri