ଦଳରେ ଫାଟ ଯୋଗୁ ହାରିଲା ପାକିସ୍ତାନ

କରାଚୀ,୧୭।୬(ପି.ଟି.)- ଭାରତୀୟ ଦଳଠାରୁ ଚଳିତ ବିଶ୍ୱକପ୍‌ରେ ବଡ଼ ବ୍ୟବଧାନରେ ପରାଜୟ ବରଣ କରିବା ପରେ ପାକିସ୍ତାନ ଦଳରେ ଫାଟ ଥିବା ସ୍ଥାନୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭାରତଠାରୁ ପରାଜୟ ହଜମ କରିବା ପାକିସ୍ତାନ ଭଳି କ୍ରିକେଟ ପାଗଳ ଦେଶ ଲାଗି କଦାପି ସହଜ ନୁହେଁ। ମାଞ୍ଚେଷ୍ଟରଠାରେ ପରାଜୟର ଗୋଟିଏ ଦିନ ପରେ ଦେଶର ଗଣମାଧ୍ୟମ ଜାତୀୟ ଦଳରେ ଦୁଇଟି ଗ୍ରୁପ୍‌ ବିଭକ୍ତ ହୋଇଥିବା ସ୍ପଷ୍ଟ କରିଛନ୍ତି। ଅଧିନାୟକ ସର୍ଫରାଜ ଅହମ୍ମଦଙ୍କୁ ନେଇ ଦଳୀୟ କିଛି ଖେଳାଳି ଖୁସି ନାହାନ୍ତି ଓ ହଟାଇବାକୁ ଚାହୁଁଛନ୍ତି। ‘ସମା’ ବୈଦ୍ୟୁତିକ ଗଣମାଧ୍ୟମ ଚ୍ୟାନେଲରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ସର୍ଫରାଜ ଆଉଟ ହେବା ପରେ ଡ୍ରେସିଂ ରୁମ୍‌ ଫେରିବା ପରେ ଇମାମ ଉଲ ହକ୍‌ ଓ ଇମାଦ ଓ୍ବାସିମ ଗ୍ରୁପ ଗଠନ କରୁଥିବା ଦୋଷାରୋପ କରିଥିଲେ। ସମାନ ରିପୋର୍ଟ ‘ଦୁନିୟା’ ବୈଦ୍ୟୁତିକ ଗଣମାଧ୍ୟମ ଚ୍ୟାନେଲରେ ମଧ୍ୟ ପ୍ରକାଶ ପାଇଛି। ଦଳରେ ଦୁଇଟି ଗ୍ରୁପ୍‌ ରହିଛି, ଯେଉଁମାନେ ସର୍ଫରାଜଙ୍କୁ ସମର୍ଥନ କରୁନାହାନ୍ତି। ମହମ୍ମଦ ଅମିର ଓ ଇମାଦ ଦୁଇଟି ଗ୍ରୁପ ଗଠନ କରିଛନ୍ତି। କିଛି ଖବରକାଗଜ ଦଳରେ ଆନ୍ତଃ କନ୍ଦଳ ଥିବା ଉଲ୍ଲେଖ କରିଛନ୍ତି। କିନ୍ତୁ ଏ ସମ୍ପର୍କରେ ପାକିସ୍ତାନ ଦଳର ଦୁଇ ଖେଳାଳିଙ୍କୁ ଯୋଗାଯୋଗ କରାଯାଇଥିଲା। ସେମାନେ ଦଳରେ ଫାଟ୍‌ ଥିବା ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri