ଦଳର ସଂଗଠନକୁ ଦୃଢ଼ କରିବା ଲାଗି ଗୁରୁତ୍ୱ; ସହମତି ଭିତ୍ତିରେ ନିଆଯିବ କାର୍ଯ୍ୟପନ୍ଥା

ବାଲେଶ୍ୱର ଅଫିସ, ୪।୧୧- ବାଲେଶ୍ୱର ଆଇଟିଆଇ ସ୍ଥିତ ଏକ ଘରୋଇ ହୋଟେଲ୍‌ ସମ୍ମିଳନୀ କକ୍ଷରେ ରବିବାର ଜିଲା ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ କିଭଳି ମଣ୍ଡଳସ୍ତରରେ ସାଙ୍ଗଠନିକ ନିର୍ବାଚନ ସୁରୁଖୁରୁରେ କରାଯିବ ଏବଂ ଦଳର ସଂଗଠନ ସୁଦୃଢ ହେବ ସେନେଇ ସହମତିଭିତ୍ତିକ କାର୍ଯ୍ୟପନ୍ଥା ଗ୍ରହଣ ସକାଶେ ଆଲୋଚନା କରାଯାଇଥିଲା। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ପ୍ରଦୀପ ପ୍ରଜ୍ୱଳନ କରି କର୍ମଶାଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଜିଲା ସଭାପତି ତଥା ସଦର ବିଧାୟକ ମଦନ ମୋହନ ଦତ୍ତ ବୈଠକରେ ସଭାପତିତ୍ୱ କରିଥିଲେ। ମୟୂରଭଞ୍ଜ ଏମ୍‌ପି ବିଶେଶ୍ୱର ଟୁଡୁ, ବିଧାୟକ ଦଳର ଉପନେତା ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନମୋହନ ସାମଲ, ରାଜ୍ୟ ସଦସ୍ୟତା ପ୍ରମୁଖ ଅନନ୍ତ ନାୟକ, ଜିଲା ନିର୍ବାଚନ ଅଧିକାରୀ ବିନୋଦ ଦାସ, ଉପନିର୍ବାଚନ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ, ବିଧାୟକ ସୁକାନ୍ତ ନାୟକ, ସନାତନ ବିଜୁଳି, ମୋହନ ମାଝୀ, ନବଚରଣ ମାଝୀ, ପ୍ରକାଶ ସୋରେନ, ଭାସ୍କର ମଢ଼େଇ, ଉଦାନ ମୁର୍ମୁ ପ୍ରମୁଖ ମଞ୍ଚାସୀନ ଥିଲେ। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ପୂର୍ବତନ ବିଧାୟକ ଗୋବିନ୍ଦ ଦାସ, ଭଦ୍ରକ ଜିଲା ସଭାପତି ବଦ୍ରୀ ଧଳ, ବାରିପଦା ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ର,ଜିଲା ମିଡିଆ ସଂଯୋଜକ ଗୌରାଙ୍ଗ ଦାସ ତଥା ସମସ୍ତ ଜିଲା ନିର୍ବାଚନ ଅଧିକାରୀ, ରାଜ୍ୟ ପଦାଧିକାରୀ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri