ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ ଭାଙ୍ଗିଦେବା ଘଟଣାରେ ଓଡ଼ିଶା ଗୋତିମୁକ୍ତ ଅଭିଯାନ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ ଦାୟର କରାଯାଇଥିଲା। ହାଇକୋର୍ଟ ଏହି ମାମଲାରେ ମଧ୍ୟବର୍ତ୍ତିକାଳୀନ ରାୟ ପ୍ରକାଶ କରି ପୁରୀ ଜିଲା ପ୍ରଶାସନ ଓ ପୋଲିସକୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ ତାରିଖରେ କରାଯିବ ବୋଲି ରାୟରେ ଉଲ୍ଲେଖ ରହିଛି।
ସୂଚନା ଅନୁଯାୟୀ, ୨୦୧୮ ଜୁଲାଇ ୩ତାରିଖରେ ନୂଆଗାଁରେ ରହୁଥିବା ୩ଟି ଦଳିତ ପରିବାରଙ୍କୁ କେତେଜଣ ସବର୍ଣ୍ଣ ଯୁବକ ଆକ୍ରମଣ କରିବା ସହ ସେମାନଙ୍କ ବାସଗୃହ ଭାଙ୍ଗି ଦେଇଥିଲେ। ଏଥିସହିତ ସେମାନଙ୍କ ଧାନଚାଉଳ, ସୁନା ଅଳଙ୍କାର ସମେତ ଆସବାବପତ୍ର ଲୁଟି ନେଇଥିବା ବ୍ରହ୍ମଗିରି ଥାନାରେ ଅଭିଯୋଗ ହୋଇଥିଲା। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ଦଳିତ ପରିବାର ନ୍ୟାୟ ପାଇଁ ଏସ୍‌ପି ଏବଂ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ମାତ୍ର ସେମାନଙ୍କୁ ନିରାଶ ହେବାକୁ ପଡ଼ିଥିଲା। ନିର୍ଯାତିତ ପରିବାର ଏବେ ବି ବାତ୍ୟା ଆଶ୍ରୟ ସ୍ଥଳରେ ଆଶ୍ରୟ ନେଇଛନ୍ତି। ସେମାନଙ୍କ ପିଲାମାନେ ପାଠପଢାରୁ ବଞ୍ଚତ୍ତ ହୋଇଛନ୍ତି। ପିଲାଙ୍କ ଭବିଷ୍ୟତ ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଛି ବୋଲି ସେମାନେ ଗଣମାଧ୍ୟମ ଆଗରେ କହିଛନ୍ତି। ମୌଳିକ ସୁବିଧାରୁ ବଞ୍ଚତ୍ତ ଏହି ପରିବାର ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କେବଳ ପ୍ରତିଶ୍ରୁତି ବ୍ୟତୀତ କୌଣସି ସହଯୋଗ ପାଇ ନ ଥିଲେ। ଫଳରେ ଏ ନେଇ ଓଡ଼ିଶା ଗୋତିମୁକ୍ତ ଅଭିଯାନର ଜିଲା ସଭାପତି ଶେଷଦେବ ସୁବୁଦ୍ଧି ଓଡ଼ିଶା ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri