Posted inଜାତୀୟ

ଦଳିତ ମହିଳାଙ୍କୁ ଗୃହ ବିଭାଗ ଦେଲେ ଜଗନ ମୋହନ

ଅମରାବତୀ,୯।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କ ମନ୍ତ୍ରିମଣ୍ଡଳରେ ୫ ଉପମୁଖ୍ୟମନ୍ତ୍ରୀ ଓ ୨୫ ଜଣ ବିଧାୟକ ଶନିବାର ଶପଥ ଗ୍ରହଣ କରିଛନ୍ତି। ଏଥିରେ ଜଣେ ଦଳିତ ମହିଳାଙ୍କୁ ଜଗନ ମୋହନ ଗୃହ ବିଭାଗ ଦେଇଥିବାରୁ ତାହା ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଗୁ୍‌ଣ୍ଟୁର ଜିଲାର ସଂରକ୍ଷିତ ଆସନ ପ୍ରତିପାଦୁରୁ ବିଜୟ ଲାଭ କରିଥିବା ଆଇ ମେଖାଥୋଟି ସୁଚରିତା ରାଜ୍ୟର ନୂଆ ଗୃହମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଅଲଗା ତେଲେଙ୍ଗାନା ପରେ ଏବେ ସୁଚରିତା ହେଉଛନ୍ତି ରାଜ୍ୟର ପ୍ରଥମ ମହିଳା ଗୃହମନ୍ତ୍ରୀ। ସୂଚନାଯୋଗ୍ୟ, ଜଗନ ମୋହନଙ୍କ ପିତା ଓ୍ବାଏସ୍‌ ରାଜଶେଖର ରେଡ୍ଡି ମଧ୍ୟ ତାଙ୍କ ଶାସନ କାଳରେ ଜଣେ ମହିଳାଙ୍କୁ ଗୃହମନ୍ତ୍ରୀ କରିଥିଲେ। ରାଜଶେଖର ରେଡ୍ଡି ସେ ସମୟରେ ସବିତା ଇନ୍ଦ୍ରା ରେଡ୍ଡିଙ୍କୁ ଗୃହମନ୍ତ୍ରୀ କରିଥିବା ବେଳେ ସେ ଏବେ ଟିଆର୍‌ଏସ୍‌ର ବିଧାୟିକା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri