ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨ ଘଣ୍ଟା ୧୫ ମିନିଟ୍‌ ବିଳମ୍ବରେ ଆସି ଅପରାହ୍ନ ୧ଟାରେ ହେଲିକପ୍ଟର ଯୋଗେ ଆସି ପହଞ୍ଚିଥିଲେ। ମଞ୍ଚ ସମ୍ମୁଖରେ ଉପସ୍ଥିତ ଥିବା ହଜାର ହଜାର ଜନସାଧାରଣଙ୍କୁ ଭେଟି ସେଲ୍‌ଫି ସହ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ମଞ୍ଚରେ ଜୟ ଜଗନ୍ନାଥ, ଜୟ ଦଣ୍ଡପାଟ ବୋଲି ସମ୍ବୋଧନ କରିଥିଲେ। ଧର୍ମଗଡ଼ ମାଟି ମୋର ଜନ୍ମ ମାଟି କହିଲେ ଅତ୍ୟୁକ୍ତି ହେବ ନାହିଁ, ଦୀର୍ଘ ବର୍ଷ ଧରି ମୁଁ ଏହି ମାଟି ପାଣି ପବନରେ ମୋର ଜୀବନ ବିତାଇଛି, ଏଣୁ ସବୁବେଳେ ଧର୍ମଗଡ଼ ମୋର ପାଇଁ ଅଭୁଲା ବୋଲି କହିଥିଲେ। ଆମ ମୁଖ୍ୟମନ୍ତ୍ରୀ କଥା କମ୍‌ ଓ କାମ ବେଶିରେ ବିଶ୍ୱାସ ରଖନ୍ତି। କଳାହାଣ୍ଡି ଜିଲାରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବିକାଶ ଦ୍ରୁତ ଗତିରେ ହୋଇଛି। ମୁଁ ଗତ ବର୍ଷ ମେ’ ୧୯ରେ କଳାହାଣ୍ଡି ଆସିଥିଲି ଓ ସେହି ସମୟରେ ଆପଣମାନେ ଯେଉଁ ପ୍ରକଳ୍ପ ପାଇଁ ଲିଖିତ ଭାବେ ଦେଇଥଲେ, ମାନ୍ୟବର ମୁଖ୍ୟମନ୍ତ୍ରୀ ୧୧୦ କୋଟି ଟଙ୍କା ମଞ୍ଜୁର କରିଥିଲେ। ଆଗକୁ ମଧ୍ୟ ବିକାଶ ଜାରି ରହିବ ବୋଲି କହିଥିଲେ। ବିଜେଡି ଏମ୍‌ପି ଲମ୍ବୋଦର ନିଆଲ ଓ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ଯୋଡ଼ା ଶଙ୍ଖରେ ଭୋଟ୍‌ ଦେଇ ପୁଣିଥରେ ଷଷ୍ଟ ଥର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାର ବିକାଶର ସାରଥୀ କରିବାକୁ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ସମ୍ବୋଧନ ଓ ଅନୁରୋଧ କରିଥିଲେ ପାଣ୍ଡିଆନ। ଏହି ଅବସରରେ ମଞ୍ଚରେ ପାଣ୍ଡିଆନଙ୍କ ସହ ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ଧର୍ମଗଡ଼ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ, ଧର୍ମଗଡ଼ ବିଧାୟକ ମୋଷଧି ବାଗ ମଞ୍ଚରେ ଉପସ୍ଥିତ ରହି ଭୋଟ ଭିକ୍ଷା କରିଥିଲେ। ଏହି ଅବସରରେ ଆୟୋଜିତ ମିଶ୍ରଣ ର୍ପରେ କଂଗ୍ରେସ ଓ ଭାଜପାରୁ ୨୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଥିଲେ। ନିର୍ବାଚନୀ ପ୍ରଚାର ସଭା ଆୟୋଜନରେ ଜିଲାପରିଷଦ ସଭ୍ୟ ହେମନ୍ତ ମାଝି, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ, ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା ଓ ଦଳୀୟ କର୍ମକର୍ତ୍ତା ସହଯୋଗ କରିଥିଲେ। କଡ଼ା ସୁରକ୍ଷା ମଧ୍ୟରେ ନିର୍ବାଚନୀ ସଭା ଆୟୋଜନ କରାଯାଇଥିବା ବେଳେ ଏହି ଜନ ସମାବେଶରେ ୧୦ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ସମାବେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri