Posted inଖେଳ

ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ

କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍‌ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍‌, ହେଡ୍‌ କୋଚ୍‌ ମିକି ଆର୍ଥରଙ୍କ ପ୍ରଦର୍ଶନକୁ ନେଇ ପିସିବି ଏବେ ତର୍ଜମା କରିବ। ବିଶ୍ୱକପ୍‌ ପରେ ଗତ ୩ ବର୍ଷର ପ୍ରଦର୍ଶନକୁ ନେଇ ପିସିବି ବଡ଼ଧରଣ ସମୀକ୍ଷା କରିବ। ବୁଧବାର ଲାହୋରରେ ପିସିବିର ବୋର୍ଡ ଅଫ୍‌ ଗଭର୍ନରମାନେ ବୈଠକରେ ବସି ଚଳିତ ବିଶ୍ୱକପ୍‌ ପ୍ରଦର୍ଶନ ନେଇ ମଧ୍ୟ ସମୀକ୍ଷା କରାଯିବ ବୋଲି ନିଷ୍ପତ୍ତି ନେଇଛନ୍ତି। ବିଶ୍ୱକପ୍‌ରେ ପାକିସ୍ତାନର ପ୍ରଦର୍ଶନ ଆଶାନୁରୂପ ହୋଇପାରି ନାହିଁ। ବିଶ୍ୱକପ୍‌ରେ ପାକିସ୍ତାନ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ ଖେଳି କେବଳ ଗୋଟିଏ ବିଜୟ ହାସଲ କରିଛି। ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତଠାରୁ ପରାସ୍ତ ହେବା ଦ୍ୱାର ପାକିସ୍ତାନ ପ୍ରଶଂସକ ଓ କ୍ରିକେଟ ପ୍ରଶାସକ ନିରାଶ ହୋଇଛନ୍ତି। ପାକିସ୍ତାନ ଦଳ ସବୁ ମହଲରୁ ସମାଲୋଚନାର ଶିକାର ହୋଇଛି। ଦଳର ସବୁ ଫର୍ମାଟର ପ୍ରଦର୍ଶନ ନେଇ ଏହି ବୈଠକରେ ଆଲୋଚନା ହୋଇଥିଲା। ତେବେ ପାକିସ୍ତାନ ପ୍ରତ୍ୟାବର୍ତ୍ତନ କରି ବାକିଥିବା ୪ଟି ମ୍ୟାଚ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ବିଜୟୀ ହେବ ବୋଲି ବୈଠକରେ ଆଶା ପ୍ରକାଶ କରାଯାଇଛି। ଦଳର ପ୍ରଦର୍ଶନକୁ ନେଇ ତର୍ଜମା କରାଯିବା ପରେ ବୋର୍ଡ ଅଧ୍ୟକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି କୁହାଯାଇଛି। ଯଦି ପାକିସ୍ତାନ ବିଶ୍ୱକପ୍‌ରେ ଆଶାନୁରୂପ ପ୍ରଦର୍ଶନ କରି ନ ପାରେ ତେବେ ଦଳ ସମେତ ଅଧିନାୟକ, ହେଡ କୋଚଙ୍କ ସମେତ ଟିମ୍‌ ମ୍ୟାନେଜମେଣ୍ଟରେ ଆମୂଳଚୂଳ ପରିବର୍ତ୍ତନ କରାଯିବ। ଆସନ୍ତା ମାସ ହେଡ୍‌ କୋଚ୍‌ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri