Posted inଖେଳ

ଦଶନ୍ଧିର ଦିନିକିଆ, ଟି୨୦ ଦଳରେ ଧୋନୀ, ଟେଷ୍ଟରେ କୋହଲିଙ୍କୁ ନେତୃତ୍ୱ

ନୂଆଦିଲ୍ଲୀ,୨।୧(ପି.ଟି.)- ଇଏସ୍‌ପିଏଏନ୍‌ କ୍ରିକ୍‌ଇନ୍‌ଫୋ ତରଫରୁ ଗତ ଏକ ଦଶନ୍ଧିର ଦିନିକିଆ, ଟି୨୦ ଓ ଟେଷ୍ଟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟି୨୦ ଦଳରେ ମହେନ୍ଦ୍ର ସିଂ ଧୋନୀଙ୍କୁ ନେତୃତ୍ୱ ଦିଆଯାଇଥିବା ବେଳେ ଟେଷ୍ଟରେ ବିରାଟ କୋହଲିଙ୍କୁ ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଛି। ୨୩ ଜଣିଆ ସଦସ୍ୟଙ୍କୁ ନେଇ ଗଠିତ ଚୟନ କମିଟି ୩ଟି ଫର୍ମାଟ ପାଇଁ ଦଳ ଚୟନ କରିଛି। ୬ଟି ସକ୍ରିୟ ବର୍ଷର ୫୦ଟି ଟେଷ୍ଟ, ୭୫ଟି ଦିନିକିଆ ଓ ୧୦୦ଟି ଟି୨୦ ମ୍ୟାଚ୍‌କୁ ଦୃଷ୍ଟିରେ ରଖି ଏହି ଦଳଗୁଡିକ ଚୟନ କରାଯାଇଛି।
ରିଷ୍ଟ ସ୍ପିନର କୁଲଦୀପ ଯାଦବ ଓ ୟୁଜବେନ୍ଦ୍ର ଚହଲଙ୍କ ଉତ୍ଥାନ ପରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଚୟନରେ ଅଣଦେଖା କରାଯାଇଛି। ଟେଷ୍ଟ ଦଳରେ ଏହି ଦୁଇ ରିଷ୍ଟ ସ୍ପିନର ସ୍ଥାନ ପାଇଛନ୍ତି। ଟେଷ୍ଟ ଦଳରେ ଇଂଲଣ୍ଡର ଆଲିଷ୍ଟର କୁକ୍‌ ଓ ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ ମଧ୍ୟ ସ୍ଥାନ ପାଇଛନ୍ତି। ଗତ ଏକ ଦଶନ୍ଧିରେ କୋହଲି ୫୪.୯୭ ହାରରେ ୭,୨୦୨ ରନ ସଂଗ୍ରହ କରିଛନ୍ତି। ସେହିପରି ଅଶ୍ୱିନ ୨୫. ୩୬ ରନ ହାରରେ ୩୬୨ଟି ଉଇକେଟ ନେଇଛନ୍ତି। ଏକମାତ୍ର ଭାରତୀୟ ଖେଳାଳି ଭାବେ କୋହଲି ସବୁ ୩ଟି ଯାକ ଫର୍ମାଟରେ ସ୍ଥାନ ପାଇଛନ୍ତି। ଉପ- ଅଧିନାୟକ ରୋହିତ ଶର୍ମା ଦିନିକିଆ ଦଳରେ ସ୍ଥାନ ପାଇଛନ୍ତି।
ଟି୨୦ ଦଳରେ ଯଶପ୍ରୀତ ବୁମ୍‌ରାଙ୍କ ସମେତ କୋହଲି ଓ ଧୋନୀ ସ୍ଥାନିତ ହୋଇଛନ୍ତି। ଟି୨୦ ଦଳରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କ ଆଧିପତ୍ୟ ଦେଖିବାକୁ ମିଳିଛି। ସେହିପରି ମହିଳା ଦିନିକିଆ ଓ ଟି୨୦ ଦଳରେ ମିଥାଲି ରାଜ ଓ ଦ୍ରୁତ ବୋଲର ଝୁଲଣ ଗୋସ୍ବାମୀ ସ୍ଥାନ ପାଇଛନ୍ତି। ଅଷ୍ଟ୍ରେଲିଆର ମେଗ ଲାନିଂ ଅଧିନାୟିକା ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri