Posted inଖେଳ

ଦଶନ୍ଧିର ବ୍ୟାଟ୍ସମ୍ୟାନ କୋହଲି

ନୂଆଦିଲ୍ଲୀ,୧୫।୮: କୋହଲିଙ୍କ ଦମ୍‌ଦାର ଶତକୀୟ ଇନିଂସ ବଳରେ ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୦ ବ୍ୟବଧାନରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ଏହା ସହିତ ସେ ଏକ ଦଶନ୍ଧିରେ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ ୨୦୦୦ରୁ ୨୦୧୦ ମଧ୍ୟରେ ୧୮,୯୬୨ ରନ୍‌ କରିଥିଲେ। କୋହଲି ୩ ଫର୍ମାଟର ଅନ୍ତର୍ଜାତୀୟ କ୍ରିକେଟରେ ଏପର୍ଯ୍ୟନ୍ତ ମୋଟ ୨୦,୫୦୨ ରନ୍‌ କରିଛନ୍ତି। ସେଥିମଧ୍ୟରୁ ଚଳିତ ଦଶନ୍ଧିର ୨୦,୦୧୮ ରନ୍‌ କରିଛନ୍ତି। ଗୋଟିଏ ଦଶନ୍ଧିରେ ୨୦ ହଜାର ରନ୍‌ କରିବାରେ ସେ ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଏହି ତାଲିକାରେ ପଣ୍ଟିଂଙ୍କ ତଳକୁ ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍ସ କ୍ୟାଲିସ ୩ୟ ସ୍ଥାନରେ ରହିଛନ୍ତି। ସେ ଗତ ଦଶନ୍ଧିରେ ୧୬,୭୭୭ ରନ୍‌ କରିଥିଲେ। ଶ୍ରୀଲଙ୍କାର ମାହେଲା ଜୟବର୍ଦ୍ଧନେ ଓ କୁମାର ସଙ୍ଗକାରା ଯଥାକ୍ରମେ ୧୬,୩୦୪ ଓ ୧୫,୯୯୯ ରନ୍‌ ସହ ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି। ଭାରତର ସଚିନ ତେନ୍ଦୁଲକର (୧୫,୯୬୨) ୬ଷ୍ଠ ଓ ରାହୁଲ ଡ୍ରାଭିଡ୍‌ (୧୫,୮୫୩) ୭ମ ସ୍ଥାନରେ ରହିଛନ୍ତି। ଏହାବାଦ୍‌ ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ କୋହଲି ଏପର୍ଯ୍ୟନ୍ତ ୬୮ ଅନ୍ତର୍ଜାତୀୟ ଶତକ ଲଗାଇ ସାରିଛନ୍ତି। ସର୍ବକାଳୀନ ରେକର୍ଡ ଠାରୁ ସେ ଆଉ ୩୨ ଶତକ ପଛରେ ଅଛନ୍ତି। ଏହି ରେକର୍ଡ ଏବେ ସଚିନ ତେନ୍ଦୁଲକର(୧୦୦)ଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri