Posted inଖେଳ

ଦଶନ୍ଧିର ବ୍ୟାଟ୍ସମ୍ୟାନ କୋହଲି

ନୂଆଦିଲ୍ଲୀ,୧୫।୮: କୋହଲିଙ୍କ ଦମ୍‌ଦାର ଶତକୀୟ ଇନିଂସ ବଳରେ ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୦ ବ୍ୟବଧାନରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ଏହା ସହିତ ସେ ଏକ ଦଶନ୍ଧିରେ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ ୨୦୦୦ରୁ ୨୦୧୦ ମଧ୍ୟରେ ୧୮,୯୬୨ ରନ୍‌ କରିଥିଲେ। କୋହଲି ୩ ଫର୍ମାଟର ଅନ୍ତର୍ଜାତୀୟ କ୍ରିକେଟରେ ଏପର୍ଯ୍ୟନ୍ତ ମୋଟ ୨୦,୫୦୨ ରନ୍‌ କରିଛନ୍ତି। ସେଥିମଧ୍ୟରୁ ଚଳିତ ଦଶନ୍ଧିର ୨୦,୦୧୮ ରନ୍‌ କରିଛନ୍ତି। ଗୋଟିଏ ଦଶନ୍ଧିରେ ୨୦ ହଜାର ରନ୍‌ କରିବାରେ ସେ ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଏହି ତାଲିକାରେ ପଣ୍ଟିଂଙ୍କ ତଳକୁ ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍ସ କ୍ୟାଲିସ ୩ୟ ସ୍ଥାନରେ ରହିଛନ୍ତି। ସେ ଗତ ଦଶନ୍ଧିରେ ୧୬,୭୭୭ ରନ୍‌ କରିଥିଲେ। ଶ୍ରୀଲଙ୍କାର ମାହେଲା ଜୟବର୍ଦ୍ଧନେ ଓ କୁମାର ସଙ୍ଗକାରା ଯଥାକ୍ରମେ ୧୬,୩୦୪ ଓ ୧୫,୯୯୯ ରନ୍‌ ସହ ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି। ଭାରତର ସଚିନ ତେନ୍ଦୁଲକର (୧୫,୯୬୨) ୬ଷ୍ଠ ଓ ରାହୁଲ ଡ୍ରାଭିଡ୍‌ (୧୫,୮୫୩) ୭ମ ସ୍ଥାନରେ ରହିଛନ୍ତି। ଏହାବାଦ୍‌ ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ କୋହଲି ଏପର୍ଯ୍ୟନ୍ତ ୬୮ ଅନ୍ତର୍ଜାତୀୟ ଶତକ ଲଗାଇ ସାରିଛନ୍ତି। ସର୍ବକାଳୀନ ରେକର୍ଡ ଠାରୁ ସେ ଆଉ ୩୨ ଶତକ ପଛରେ ଅଛନ୍ତି। ଏହି ରେକର୍ଡ ଏବେ ସଚିନ ତେନ୍ଦୁଲକର(୧୦୦)ଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri