ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ ଗ୍ରାମର ବିଭୂତି ଭୂଷଣ ବରାଡ଼ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିକ୍ରିୟାଶୀଳ ହୋଇ କେତେକ ବ୍ୟକ୍ତି ତାଙ୍କ ପରିବାର ଲୋକଙ୍କୁ ଆକ୍ରମଣ କରିଛନ୍ତି। ଶେଷରେ ନ୍ୟାୟ ପାଇଁ ସେମାନେ ଶୁକ୍ରବାର ଜିଲାପାଳ ଓ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପୂର୍ବରୁ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇଥିବା ବ୍ୟକ୍ତି ଏନ୍‌ଏସିର କିଛି ଅସାଧୁ କର୍ମଚାରୀଙ୍କୁ ହାତ କରି ପୁନର୍ବାର ଘର ହାତେଇଥିଲେ। ସେହିଭଳି ସରକାରୀ କର୍ମଚାରୀ, ତିିନି ବଖରା ଛାତ ଘର ଥିବା ବ୍ୟକ୍ତିମାନେ ମଧ୍ୟ ପକ୍କା ଘର ହାତେଇଥିବା ନେଇ ଗତ ୧୪ ତାରିଖରେ ବିଭୂତି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ପରେ ୧୮ ତାରିଖରେ ଦଶପଲ୍ଲା ବିଡ଼ିଓ ଦେବୀପ୍ରସାଦ ମହାନ୍ତି ଉକ୍ତ ଗ୍ରାମରେ ପହଞ୍ଚତ୍ ୪୬ଟି ଘରର ତଦନ୍ତ କରିଥିଲେ। ସେଥିମଧ୍ୟରୁ ଅଧିକାଂଶ ଘର ଅଯୋଗ୍ୟ ହିତାଧିକାରୀ ହାତେଇଥିବା ସେ ଜାଣିବାକୁ ପାଇଥିଲେ। ଉକ୍ତ ଦିନଠାରୁ ସେହି ଗ୍ରାମର କିଛି ବ୍ୟକ୍ତି ବିଭୂତିଙ୍କ ଉପରେ ରାଗ ରଖିଥିଲେ। ଗୁରୁବାର ଅପରାହ୍ନରେ ବିଭୂତିଙ୍କ ବାପା ନବକିଶୋର ବରାଡ଼ (୭୨) ଘର ନିକଟ ଏକ କୋଠଘରେ ପ୍ରତିଦିନ ଭଳି ଶୋଇବାକୁ ଯାଉଥିବା ବେଳେ ସେଠାକାର କିଛି ଲୋକ ତାଙ୍କୁ ବାରଣ କରିବା ସହିତ କୋଠ ଘରଟିକୁ ବନ୍ଦ କରି ଦେଇଥିଲେ। ନବକିଶୋର କୋଠ ଘରେ ଥିବା ତାଙ୍କ ବିଛଣା ନେବା ପାଇଁ କହିଥିଲେ। ହେଲେ ସେମାନେ ରାଜି ନ ହୋଇ ନବକିଶୋରଙ୍କୁ ଧକ୍କା ଦେବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଏହି ସମୟରେ ବିଭୂତିଙ୍କ ଭଉଣୀ ଅମିତାମଣି ସେଠାରେ ପହଞ୍ଚତ୍ ବିରୋଧ କରିଥିଲେ। ସେଠାରେ ଥିବା ୩ ଜଣ ବ୍ୟକ୍ତି ବାପା ଓ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଲହୁଲୁହାଣ ହୋଇ ଉଭୟ ସେଠାରେ ପଡ଼ିଥିଲେ ମଧ୍ୟ କେହି ସେମାନଙ୍କୁ ଉଠାଇ ନ ଥିଲେ। କିଛି ସମୟ ପରେ ବିଭୂତି ଘରେ ପହଞ୍ଚତ୍ ଘଟଣା ଶୁଣିବା ପରେ ଉଭୟଙ୍କୁ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଚିକିତ୍ସା ପରେ ସେମାନେ ଦଶପଲ୍ଲା ଥାନାରେ ଅଭିଯୋଗ କରିଥିଲେ। ଥାନାରେ କୌଣସି ଅଧିକାରୀ ତାଙ୍କ ଅଭିଯୋଗ ନ ଶୁଣିବାରୁ ସେ ମୋ ସରକାର ନମ୍ବରକୁ ଲଗାଇଥିଲେ। ପରେ ଥାନାରେ ତାଙ୍କ ଅଭିଯୋଗ ଗ୍ରହଣ କରାଯାଇଥିଲା। ଜୀବନ ପ୍ରତି ଭୟ ଥିବାବେଳେ ନ୍ୟାୟ ପ୍ରଦାନ ପାଇଁ ଶୁକ୍ରବାର ପରିବାର ଲୋକେ ଏସ୍‌ପି ଓ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏ ନେଇ ନୟାଗଡ଼ ଏସ୍‌ଡିପିଓ ନିରଞ୍ଜନ ପାଢ଼ୀଙ୍କୁ ପଚାରିବାରୁ ଅଭିଯୋଗ ପରେ ଥାନାରେ ମାମଲା ରୁଜୁ କରାଯାଇଥିବା ପ୍ରକାଶ କରିଥିଲେ। ଏସ୍‌ପି ଶଶିଭୂଷଣ ଶତପଥୀ କହନ୍ତି, ମାମଲାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଦୁର୍ନୀତି ବିରୋଧରେ ସ୍ବର ଉଠାଇଥିବା ଏହି ପରିବାରକୁ କି ନ୍ୟାୟ ଦିଆଯାଉଛି ତାହା ଦେଖିବାକୁ ସ୍ଥାନୀୟ ଲୋକେ ଅପେକ୍ଷା କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri