ଦଶମ ପିଲା ପଢ଼ିବେ ଆସ୍ପିରେଶନାଲ କମ୍ପୋନେଣ୍ଟ

କଟକ,୩।୮(ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷଠାରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଆସ୍ପିରେଶନାଲ କମ୍ପୋନେଣ୍ଟ ସାମିଲ ହୋଇଛି। ଏନେଇ ବୁଧବାର ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇସ୍କୁଲ ସମେତ ମଧ୍ୟମାର ଛାତ୍ରୀଛାତ୍ରମାନେ ଏହି ବିଷୟରେ ପାଠ ପଢିବେ। ଜିଜ୍ଞାସା, ସାହିତ୍ୟ ସୃଜନୀ, କୌଶଳୀ ଏବଂ କ୍ରୀଡ଼ାଙ୍ଗନ ୪ଟି କ୍ଲବରେ ପାଠପଢ଼ା ହେବ। ଇଣ୍ଟରନାଲ ଆସେସ୍‌ମେଣ୍ଟ ସହ ଏହାକୁ ମିଶାଇ ମୋଟ ୨୦ ପ୍ରତିଶତ କ୍ୟାରିୟର ମାର୍କ ମିଳିବ। ବିଦ୍ୟାଳୟସ୍ତରରେ ଏହି ବିଷୟରେ ପରୀକ୍ଷା କରାଯାଇ ଫଳ ପ୍ରକାଶ ପାଇବ। ଦୁଇଟି ପର୍ଯ୍ୟାୟରେ ବୋର୍ଡ ୱେବ୍‌ସାଇଟ୍‌ରେ ମାର୍କ ଅପ୍‌ଲୋଡ୍‌ ହେବ। ଆସନ୍ତା ସେପ୍ଟେମ୍ବର ୨୫ରୁ ୨୮ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଏବଂ ୨୦୨୪ ଜାନୁୟାରୀ ୧୮ରୁ ୨୧ ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ମାର୍କ ଅପ୍‌ଲୋଡ୍‌ କରାଯିବ। ଛାତ୍ରୀଛାତ୍ରମାନେ ଯେଉଁ ମାର୍କ ରଖିବେ ତାହାକୁ ସ୍କୁଲ କର୍ତ୍ତୃପକ୍ଷ ୱେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରିବେ ବୋଲି ସୂଚନା ମିଳିଛି। ବିଦ୍ୟାଳୟର ନବମ ଏବଂ ଦଶମ ଶ୍ରେଣୀରେ ଏନେଇ ପୃଥକ କ୍ଲାସ୍‌ ହେବ। ପ୍ରଧାନ ଶିକ୍ଷକ ଜଣେ ମେଣ୍ଟର ଶିକ୍ଷକଙ୍କୁ ଏହାର ଦାୟିତ୍ୱ ଦେବେ। ସମ୍ପୃକ୍ତ ମେଣ୍ଟର ଶିକ୍ଷକ କ୍ଲବର ପ୍ରୋଗ୍ରେସ ରିପୋର୍ଟ ପ୍ରଧାନ ଶିକ୍ଷକଙ୍କୁ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?