ଦଶମ ଶ୍ରେଣୀରେ ପଢ଼ାଯିବ ସଡ଼କ ସୁରକ୍ଷା ପାଠ୍ୟକ୍ରମ, ଆଗାମୀ ଶିକ୍ଷାବର୍ଷରୁ ହେବ ସାମିଲ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଏଣିକି ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଛାତ୍ରୀଛାତ୍ରମାନେ ସଡ଼କ ସୁରକ୍ଷା ସମ୍ପର୍କିତ ବିଷୟ ପଢ଼ିବେ। ଆଗାମୀ ଶିକ୍ଷାବର୍ଷରୁ ୧୦ମ ପାଠ୍ୟକ୍ରମରେ ଏହା ରଖାଯିବ। ତେବେ ବିଷୟବସ୍ତୁ କିପରିି ହେବ, ସେ ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି ବୁଧବାର ପରିବହନ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକମାନଙ୍କୁ ବିଭିନ୍ନ ଉପାୟରେ ସଚେତନ କରାଯାଉଛି। ସିଟ୍‌ବେଲ୍ଟ ବାନ୍ଧିବା, ଗାଡ଼ି ଚଳାଇବା ସମୟରେ କି କି ସତର୍କତା ଅବଲମ୍ବନ କରିବେ, ହେଲମେଟ୍‌ର ବ୍ୟବହାର, ଗାଡ଼ିର ବେଗ, ଗାଡିରେ କେତେ ଜଣ ବସିବେ ଆଦି ବିଷୟରେ ଲୋକମାନଙ୍କୁ ବୁଝାଯାଉଛି। ଏହି କ୍ରମରେ ଛାତ୍ରୀଛାତ୍ରମାନେ ମଧ୍ୟ ସଜାଗ ରହିବାକୁ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri