ଫୁଲବାଣୀ ଅଫିସ, ୨୨ା୧-ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଉଭୟଙ୍କୁ ୫୭ ହଜାର ଲେଖାଏ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଜରିମାନା ଆଦାୟ ହେଲେ ପୀଡ଼ିତାଙ୍କୁ ଦିଆଯିବ ବୋଲି ଅଦାଲତ କହିଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ବାଲିଗୁଡା ଥାନା ସିନ୍ଧିରିଗାଁ ପଞ୍ଚାୟତ ପାସେରିପଡ଼ାର ଅରୁଣ ସାହୁ ଓ ଖଜୁରିନାଳ ପାଖ ଡୁମୁଡ଼ିସାହିର ରଞ୍ଜିତ ସାହୁ ା
୨୦୧୬ ଡିସେମ୍ବର ୨୨ ତାରିଖ ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ଘର ପାଖରେ ବୁଲୁଥିଲେ। ଏହି ସମୟରେ ଅରୁଣ ଏବଂ ରଞ୍ଜିତ ଏକ ବାଇକରେ ଆସି ତାଙ୍କୁ ଜୋରଜବରଦସ୍ତ ଉଠାଇ ନେଇଥିଲେ ା ଛାତ୍ରୀ ଜଣକ ପାଟି କରିବାରୁ ମୁହଁରେ କପଡ଼ା ବାନ୍ଧି ଦେଇଥିଲେ। ବାଟରେ ସେମାନେ ତାଙ୍କର ଜଣାଶୁଣା ଅରୁଣ ନାୟକଙ୍କୁ ପଛରେ ଆସିବାକୁ କହିଥିଲେ। କିଛି ବାଟ ଯିବା ପରେ ଅରୁଣ ଏବଂ ରଞ୍ଜିତ ଛାତ୍ରୀଙ୍କୁ ବାଇକ୍ରୁ ଓହ୍ଳାଇ ଏକ କାର୍ରେ ଅଳ୍ପ ଦୂର ନେଇଯାଇ ଏକ ଜଙ୍ଗଲରେ ବଳାତ୍କାର କରିଥିଲେ। ଏହାପରେ ସେମାନେ ପଥରରେ ଛାତ୍ରୀଙ୍କ ମୁହଁକୁ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଅରୁଣ ସେଠାରେ ପହଞ୍ଚି ଯାଇ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ଛାତ୍ରୀ ଜଣକ ମରି ଯାଇଥିବା ଭାବି ଦୋଷୀ ୨ ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ା ପରେ ସେହି ବାଟ ଦେଇ ଆସୁଥିବା କେତେଜଣ ଲୋକ ପୀଡ଼ିତା ଓ ଅରୁଣଙ୍କ ପାଟି ଶୁଣି ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲରେ ଭର୍ତ୍ତି କରିଥିଲେ। ପୀଡ଼ିତାଙ୍କ ପରିବାର ଲୋକେ ଘଟଣା ପରଦିନ ଅର୍ଥାତ ୨୩ ତାରିଖରେ ଏହି ଖବରପାଇ ମେଡିକାଲରେ ପହଞ୍ଚିଥିଲେ ା ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୀଡ଼ିତାଙ୍କୁ ଫୁଲବାଣୀ ମେଡିକାଲକୁ ପଠାଯାଇଥିଲା ା ସେଠାରେ ତାଙ୍କର ଚେତା ଫେରିବା ପରେ ଘଟଣା ବିଷୟରେ ପରିବାର ଲୋକଙ୍କୁ କହିଥିଲେ ା ଏ ନେଇ ପୀଡ଼ିତାଙ୍କ ମା’ ୨୪ ତାରିଖରେ ବାଲିଗୁଡା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୮୭/୧୬ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରିଥିଲା ା ୧୩ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ଡାକ୍ତରୀ ରିପୋର୍ଟ, ଛାତ୍ରୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ ା
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ
Posted inଆମ ଜିଲା ଖବର, କନ୍ଧମାଳ View All
କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ
ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…
୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
Archives

