ଫୁଲବାଣୀ ଅଫିସ, ୨୨ା୧-ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଉଭୟଙ୍କୁ ୫୭ ହଜାର ଲେଖାଏ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଜରିମାନା ଆଦାୟ ହେଲେ ପୀଡ଼ିତାଙ୍କୁ ଦିଆଯିବ ବୋଲି ଅଦାଲତ କହିଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ବାଲିଗୁଡା ଥାନା ସିନ୍ଧିରିଗାଁ ପଞ୍ଚାୟତ ପାସେରିପଡ଼ାର ଅରୁଣ ସାହୁ ଓ ଖଜୁରିନାଳ ପାଖ ଡୁମୁଡ଼ିସାହିର ରଞ୍ଜିତ ସାହୁ ା
୨୦୧୬ ଡିସେମ୍ବର ୨୨ ତାରିଖ ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ଘର ପାଖରେ ବୁଲୁଥିଲେ। ଏହି ସମୟରେ ଅରୁଣ ଏବଂ ରଞ୍ଜିତ ଏକ ବାଇକରେ ଆସି ତାଙ୍କୁ ଜୋରଜବରଦସ୍ତ ଉଠାଇ ନେଇଥିଲେ ା ଛାତ୍ରୀ ଜଣକ ପାଟି କରିବାରୁ ମୁହଁରେ କପଡ଼ା ବାନ୍ଧି ଦେଇଥିଲେ। ବାଟରେ ସେମାନେ ତାଙ୍କର ଜଣାଶୁଣା ଅରୁଣ ନାୟକଙ୍କୁ ପଛରେ ଆସିବାକୁ କହିଥିଲେ। କିଛି ବାଟ ଯିବା ପରେ ଅରୁଣ ଏବଂ ରଞ୍ଜିତ ଛାତ୍ରୀଙ୍କୁ ବାଇକ୍ରୁ ଓହ୍ଳାଇ ଏକ କାର୍ରେ ଅଳ୍ପ ଦୂର ନେଇଯାଇ ଏକ ଜଙ୍ଗଲରେ ବଳାତ୍କାର କରିଥିଲେ। ଏହାପରେ ସେମାନେ ପଥରରେ ଛାତ୍ରୀଙ୍କ ମୁହଁକୁ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ଅରୁଣ ସେଠାରେ ପହଞ୍ଚି ଯାଇ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ଛାତ୍ରୀ ଜଣକ ମରି ଯାଇଥିବା ଭାବି ଦୋଷୀ ୨ ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ା ପରେ ସେହି ବାଟ ଦେଇ ଆସୁଥିବା କେତେଜଣ ଲୋକ ପୀଡ଼ିତା ଓ ଅରୁଣଙ୍କ ପାଟି ଶୁଣି ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲରେ ଭର୍ତ୍ତି କରିଥିଲେ। ପୀଡ଼ିତାଙ୍କ ପରିବାର ଲୋକେ ଘଟଣା ପରଦିନ ଅର୍ଥାତ ୨୩ ତାରିଖରେ ଏହି ଖବରପାଇ ମେଡିକାଲରେ ପହଞ୍ଚିଥିଲେ ା ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୀଡ଼ିତାଙ୍କୁ ଫୁଲବାଣୀ ମେଡିକାଲକୁ ପଠାଯାଇଥିଲା ା ସେଠାରେ ତାଙ୍କର ଚେତା ଫେରିବା ପରେ ଘଟଣା ବିଷୟରେ ପରିବାର ଲୋକଙ୍କୁ କହିଥିଲେ ା ଏ ନେଇ ପୀଡ଼ିତାଙ୍କ ମା’ ୨୪ ତାରିଖରେ ବାଲିଗୁଡା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୮୭/୧୬ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରିଥିଲା ା ୧୩ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ଡାକ୍ତରୀ ରିପୋର୍ଟ, ଛାତ୍ରୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ ା
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ
Posted inଆମ ଜିଲା ଖବର, କନ୍ଧମାଳ View All
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
Archives


